ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍-ତଶ୍ହେତ୍ ସ୍ଵରରେ ଆସଫର ଗୀତ । ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି ।
2. ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା ।
3. ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ । [ସେଲା
4. ଆମ୍ଭେ ଗର୍ବୀକି କହିଲୁ, ଗର୍ବାଚରଣ କର ନାହିଁ; ଆମ୍ଭେ ଦୁଷ୍ଟକୁ କହିଲୁ, ଶୃଙ୍ଗ ଉଠାଅ ନାହିଁ;
5. ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ଵକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ ।
6. କାରଣ ପୂର୍ବ ଦିଗରୁ, କି ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ ।
7. ମାତ୍ର ପରମେଶ୍ଵର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି ।
8. ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ ।
9. ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ଵରଙ୍କର ପ୍ରଶଂସା ଗାନ କରିବି ।
10. ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା । ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ ।

Notes

No Verse Added

Total 150 Chapters, Current Chapter 75 of Total Chapters 150
ଗୀତସଂହିତା 75:23
1. ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍-ତଶ୍ହେତ୍ ସ୍ଵରରେ ଆସଫର ଗୀତ ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି
2. ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା
3. ପୃଥିବୀ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ ସେଲା
4. ଆମ୍ଭେ ଗର୍ବୀକି କହିଲୁ, ଗର୍ବାଚରଣ କର ନାହିଁ; ଆମ୍ଭେ ଦୁଷ୍ଟକୁ କହିଲୁ, ଶୃଙ୍ଗ ଉଠାଅ ନାହିଁ;
5. ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ଵକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ
6. କାରଣ ପୂର୍ବ ଦିଗରୁ, କି ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ
7. ମାତ୍ର ପରମେଶ୍ଵର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଅନ୍ୟକୁ ଉନ୍ନତ କରନ୍ତି
8. ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ
9. ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ଵରଙ୍କର ପ୍ରଶଂସା ଗାନ କରିବି
10. ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ
Total 150 Chapters, Current Chapter 75 of Total Chapters 150
×

Alert

×

oriya Letters Keypad References