1. ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଆସଫର ଗୀତ । ଆମ୍ଭମାନଙ୍କ ବଳ ସ୍ଵରୂପ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ଵରରେ ଗାନ କର; ଯାକୁବର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର ।
|
5. ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ ।
|
7. ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ । ସେଲା
|
10. ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା ।
|
12. ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ ।
|
16. ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ ।
|