ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ ।
2. ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ । [ସେଲା
3. ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ତତାରୁ ବିମୁଖ ହୋଇଅଛ ।
4. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର ।
5. ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?
6. ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?
7. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର ।
8. ସଦାପ୍ରଭୁ ପରମେଶ୍ଵର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ ।
9. ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି ।
10. ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ଵନ କରିଅଛନ୍ତି ।
11. ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି ଧାର୍ମିକତା ସ୍ଵର୍ଗରୁ ଦୃଷ୍ଟିପାତ କରିଅଛି ।
12. ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ ।
13. ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ ।

Notes

No Verse Added

Total 150 Chapters, Current Chapter 85 of Total Chapters 150
ଗୀତସଂହିତା 85
1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ
2. ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ ସେଲା
3. ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ତତାରୁ ବିମୁଖ ହୋଇଅଛ
4. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର
5. ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?
6. ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?
7. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର
8. ସଦାପ୍ରଭୁ ପରମେଶ୍ଵର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ଫେରନ୍ତୁ
9. ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି
10. ଦୟା ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଶାନ୍ତି ପରସ୍ପର ଚୁମ୍ଵନ କରିଅଛନ୍ତି
11. ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି ଧାର୍ମିକତା ସ୍ଵର୍ଗରୁ ଦୃଷ୍ଟିପାତ କରିଅଛି
12. ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ
13. ଧର୍ମ ତାହାଙ୍କର ଆଗେ ଆଗେ ଯିବ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ
Total 150 Chapters, Current Chapter 85 of Total Chapters 150
×

Alert

×

oriya Letters Keypad References