ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଗୀତ: ବିଶ୍ରାମବାର ନିମିତ୍ତକ ଗୀତ । ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
2. ପୁଣି ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ଵନିରେ,
3. ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ଵସ୍ତତା ପ୍ରଚାର କରିବାର ଉତ୍ତମ ।
4. ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ଵନି କରିବି ।
5. ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର ।
6. ପଶୁବତ୍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;
7. ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ ।
8. ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ଵବାସୀ ।
9. କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ ।
10. ମାତ୍ର ତୁମ୍ଭେ ଅରଣାର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି ।
11. ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି ।
12. ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନ୍ରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ ।
13. ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ ।
14. ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;
15. ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ ।

Notes

No Verse Added

Total 150 Chapters, Current Chapter 92 of Total Chapters 150
ଗୀତସଂହିତା 92:47
1. ଗୀତ: ବିଶ୍ରାମବାର ନିମିତ୍ତକ ଗୀତ ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
2. ପୁଣି ଦଶତାର-ଯନ୍ତ୍ର ନେବଲରେ, ବୀଣାର ଗମ୍ଭୀର ଧ୍ଵନିରେ,
3. ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ପ୍ରତି ରାତ୍ରି ତୁମ୍ଭ ବିଶ୍ଵସ୍ତତା ପ୍ରଚାର କରିବାର ଉତ୍ତମ
4. ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ଵନି କରିବି
5. ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର
6. ପଶୁବତ୍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;
7. ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ
8. ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ଵବାସୀ
9. କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ
10. ମାତ୍ର ତୁମ୍ଭେ ଅରଣାର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି
11. ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି
12. ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନ୍ରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ
13. ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ
14. ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ତେଜରେ ପୂର୍ଣ୍ଣ ହେବେ;
15. ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ
Total 150 Chapters, Current Chapter 92 of Total Chapters 150
×

Alert

×

oriya Letters Keypad References