ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ହେ ସଦାପ୍ରଭୋ, ପ୍ରତିଫଳଦାତା ପରମେଶ୍ଵର, ହେ ପ୍ରତିଫଳଦାତା ପରମେଶ୍ଵର, ତୁମ୍ଭେ ପ୍ରକାଶମାନ ହୁଅ ।
2. ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀ-ମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ ।
3. ହେ ସଦାପ୍ରଭୋ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ଵନି କରିବେ?
4. ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି ।
5. ହେ ସଦାପ୍ରଭୋ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି ।
6. ସେମାନେ ବିଧବା ଓ ବିଦେଶୀକି ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି ।
7. ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ଵର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି ।
8. ହେ ଲୋକଙ୍କ ମଧ୍ୟରେ ପଶୁବତ୍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?
9. ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ?
10. ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ?
11. ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି ।
12. ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
13. ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ ।
14. କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ ।
15. ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ ।
16. କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ?
17. ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥାʼନ୍ତା ।
18. ମୋହର ପାଦ ଖସି ଯାଉଛି ବୋଲି କହିଲା ବେଳେ, ହେ ସଦାପ୍ରଭୋ, ତୁମ୍ଭର ଦୟା ମୋତେ ଧରି ରଖିଲା ।
19. ମୋʼ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ଵନାସବୁ ମୋʼ ପ୍ରାଣକୁ ଆହ୍ଲାଦିତ କରେ ।
20. ବିଧାନ ଦ୍ଵାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ଵନ୍ଧତା ହେବ?
21. ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି ।
22. ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋʼ ପରମେଶ୍ଵର ମୋହର ଆଶ୍ରୟଶୈଳ ହୋଇଅଛନ୍ତି ।
23. ପୁଣି, ସେ ସେମାନଙ୍କ ନିଜ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ସେମାନଙ୍କୁ ଉଚ୍ଛିନ୍ନ କରିବେ ।

Notes

No Verse Added

Total 150 Chapters, Current Chapter 94 of Total Chapters 150
ଗୀତସଂହିତା 94:10
1. ହେ ସଦାପ୍ରଭୋ, ପ୍ରତିଫଳଦାତା ପରମେଶ୍ଵର, ହେ ପ୍ରତିଫଳଦାତା ପରମେଶ୍ଵର, ତୁମ୍ଭେ ପ୍ରକାଶମାନ ହୁଅ
2. ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀ-ମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ
3. ହେ ସଦାପ୍ରଭୋ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ଵନି କରିବେ?
4. ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି
5. ହେ ସଦାପ୍ରଭୋ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି
6. ସେମାନେ ବିଧବା ବିଦେଶୀକି ବଧ କରନ୍ତି ପିତୃହୀନମାନଙ୍କୁ ହତ୍ୟା କରନ୍ତି
7. ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ଵର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି
8. ହେ ଲୋକଙ୍କ ମଧ୍ୟରେ ପଶୁବତ୍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?
9. ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ?
10. ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ?
11. ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି
12. ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
13. ତୁମ୍ଭେ ଯାହାକୁ ଶାସନ କର ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ
14. କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ
15. ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ
16. କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ?
17. ସଦାପ୍ରଭୁ ମୋହର ସହାୟ ହୋଇ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥାʼନ୍ତା
18. ମୋହର ପାଦ ଖସି ଯାଉଛି ବୋଲି କହିଲା ବେଳେ, ହେ ସଦାପ୍ରଭୋ, ତୁମ୍ଭର ଦୟା ମୋତେ ଧରି ରଖିଲା
19. ମୋʼ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ଵନାସବୁ ମୋʼ ପ୍ରାଣକୁ ଆହ୍ଲାଦିତ କରେ
20. ବିଧାନ ଦ୍ଵାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ଵନ୍ଧତା ହେବ?
21. ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି
22. ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ମୋʼ ପରମେଶ୍ଵର ମୋହର ଆଶ୍ରୟଶୈଳ ହୋଇଅଛନ୍ତି
23. ପୁଣି, ସେ ସେମାନଙ୍କ ନିଜ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ସେମାନଙ୍କୁ ଉଚ୍ଛିନ୍ନ କରିବେ
Total 150 Chapters, Current Chapter 94 of Total Chapters 150
×

Alert

×

oriya Letters Keypad References