ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଗୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି ।
2. ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି ।
3. ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ଵସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିତ୍ରାଣ ଦେଖିଅଛନ୍ତି ।
4. ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର; ଉଚ୍ଚ ଧ୍ଵନି କର ଓ ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର ।
5. ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ଵରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର ।
6. ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ଵନି କର ।
7. ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
8. ନଦନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ;
9. ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ ।

Notes

No Verse Added

Total 150 Chapters, Current Chapter 98 of Total Chapters 150
ଗୀତସଂହିତା 98
1. ଗୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି
2. ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି
3. ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ବିଶ୍ଵସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିତ୍ରାଣ ଦେଖିଅଛନ୍ତି
4. ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର; ଉଚ୍ଚ ଧ୍ଵନି କର ଆନନ୍ଦ ଗାନ କର ପ୍ରଶଂସା ଗାନ କର
5. ବୀଣାଯନ୍ତ୍ରରେ, ବୀଣା ଏକତାନ ସ୍ଵରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର
6. ତୂରୀ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ଵନି କର
7. ସମୁଦ୍ର ତହିଁର ପୂର୍ଣ୍ଣତା, ଜଗତ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
8. ନଦନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ;
9. ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ
Total 150 Chapters, Current Chapter 98 of Total Chapters 150
×

Alert

×

oriya Letters Keypad References