1. ଗୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି ।
|
2. ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି ।
|
3. ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ଵସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିତ୍ରାଣ ଦେଖିଅଛନ୍ତି ।
|
4. ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର; ଉଚ୍ଚ ଧ୍ଵନି କର ଓ ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର ।
|
9. ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ ।
|