ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1. ଏଫିସ ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି,
2. ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହନ୍ତି, ସେମାନଙ୍କୁ ପରୀକ୍ଷା କରି, ମିଥ୍ୟାବାଦୀ ବୋଲି ଚିହ୍ନିଅଛ,
3. ପୁଣି ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଳା; ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ ।
4. ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ ।
5. ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ ପରିବର୍ତ୍ତନ ନ କର, ତେବେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ଵସ୍ଥାନରୁ ଘୁଞ୍ଚାଇଦେବୁ ।
6. ହେଲେ, ତୁମ୍ଭର ଏହି ସଦ୍ଗୁଣ ଅଛି ଯେ, ଆମ୍ଭେ ନୀକଲାୟତୀୟମାନଙ୍କର ଯେଉଁ ସବୁ କର୍ମ ଘୃଣା କରୁ, ତୁମ୍ଭେ ମଧ୍ୟ ସେହିସବୁ ଘୃଣା କରୁଅଛ ।
7. ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ । ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ଵରଙ୍କ ପାରଦୀଶରେ ଥିବା ଜୀବନବୃକ୍ଷର ଫଳ ଖାଇବାକୁ ଦେବୁ ।
8. ସ୍ମୁର୍ଣ୍ଣା ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
9. ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଳେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ ।
10. ଯେଉଁସବୁଦୁଃଖ ଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରିକାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଳେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ଵସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ।।ଦେବୁ ।
11. ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ । ଯେ ଜୟ କରେ, ସେ ଦ୍ଵିତୀୟ ମୃତ୍ୟୁ ଦ୍ଵାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ ।
12. ପର୍ଗମ ମଣ୍ତଳୀର ଦୂତ ନିକଟକୁ ଲେଖ: ଯାହାଙ୍କର ତୀକ୍ଷ୍ମ ଦ୍ଵିଧାର ଖଡ଼୍‍ଗ ଅଛି, ସେ ଏହା କହନ୍ତି,
13. ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ଵସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ଵୀକାର କରି ନ ଥିଲ ।
14. କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କିଛି କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ଵୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି ।
15. ସେହିପରି ମଧ୍ୟ ନୀକଲାୟତୀୟ ମତାବଲମ୍ଵୀ କେତେକ ତୁମ୍ଭ ମଧ୍ୟରେ ଅଛନ୍ତି ।
16. ଏଣୁ ମନ ପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ଵମୁଖନିଃସୃତ ଖଡ଼୍‍ଗ ଦ୍ଵାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ ।
17. ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ । ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ମାନ୍ନା ଦେବୁ, ପୁଣି ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ, ଲିଖିତ ଏକ ଶ୍ଵେତ ପ୍ରସ୍ତର ତାହାକୁ ଦେବୁ ।
18. ଥୁୟତୀରା ମଣ୍ତଳୀର ଦୂତ ନିକଟକୁ ଲେଖ: ଈଶ୍ଵରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ଵଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ଵଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି,
19. ଆମ୍ଭେ ତୁମ୍ଭର କର୍ମ, ପ୍ରେମ, ବିଶ୍ଵାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର ପୂର୍ବ କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ ।
20. ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ ।
21. ଆମ୍ଭେ ତାହାକୁ ମନ ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ ।
22. ଦେଖ, ଆମ୍ଭେ ତାହାକୁ ଶଯ୍ୟାଶାୟୀ କରିବୁ, ଆଉ ଯେଉଁମାନେ ତାହା ସହିତ ବ୍ୟଭିଚାର କରନ୍ତି, ସେମାନେ ତାହାର କର୍ମର ସହଭାଗିତାରୁ ମନ ପରିବର୍ତ୍ତନ ନ କଲେ ଆମ୍ଭେ ସେମାନଙ୍କୁ ମହାକ୍ଳେଶରେ ପକାଇବୁ,
23. ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ଵାରା ବିନାଶ କରିବୁ । ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ତଳୀଗଣ ଜାଣିବେ ।
24. କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍, ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ଵୀ ନୁହଁ ଓ ଯାହାକୁ ଶୟତାନର ନିଗୂଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ ।
25. କେବଳ ତୁମ୍ଭମାନଙ୍କଠାରେ ଯାହା ଅଛି, ତାହା ଆମ୍ଭର ଆଗମନ ପର୍ଯ୍ୟନ୍ତ ଦୃଢ଼ ରୂପେ ଧରି ରଖ ।
26. ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;
27. ସେ ସେମାନଙ୍କୁ ଲୌହଦଣ୍ତ ଦ୍ଵାରା ଶାସନ କରିବ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ତ ଖଣ୍ତ ହେବେ,
28. ପୁଣି ଆମ୍ଭେ ତାହାକୁ ପ୍ରଭାତୀତାରା ଦେବୁ ।
29. ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।

Notes

No Verse Added

Total 22 Chapters, Current Chapter 2 of Total Chapters 22
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2
1. ଏଫିସ ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି,
2. ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଧୈର୍ଯ୍ୟ ଜାଣୁ; ପୁଣି ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହନ୍ତି, ସେମାନଙ୍କୁ ପରୀକ୍ଷା କରି, ମିଥ୍ୟାବାଦୀ ବୋଲି ଚିହ୍ନିଅଛ,
3. ପୁଣି ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ କ୍ଳା; ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ
4. ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ
5. ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ ପରିବର୍ତ୍ତନ କର ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ ପରିବର୍ତ୍ତନ କର, ତେବେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ଵସ୍ଥାନରୁ ଘୁଞ୍ଚାଇଦେବୁ
6. ହେଲେ, ତୁମ୍ଭର ଏହି ସଦ୍ଗୁଣ ଅଛି ଯେ, ଆମ୍ଭେ ନୀକଲାୟତୀୟମାନଙ୍କର ଯେଉଁ ସବୁ କର୍ମ ଘୃଣା କରୁ, ତୁମ୍ଭେ ମଧ୍ୟ ସେହିସବୁ ଘୃଣା କରୁଅଛ
7. ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ଵରଙ୍କ ପାରଦୀଶରେ ଥିବା ଜୀବନବୃକ୍ଷର ଫଳ ଖାଇବାକୁ ଦେବୁ
8. ସ୍ମୁର୍ଣ୍ଣା ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
9. ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଳେଶ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ
10. ଯେଉଁସବୁଦୁଃଖ ଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରିକାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଳେଶ ଭୋଗ କରିବ ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ଵସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ।।ଦେବୁ
11. ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ଯେ ଜୟ କରେ, ସେ ଦ୍ଵିତୀୟ ମୃତ୍ୟୁ ଦ୍ଵାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ
12. ପର୍ଗମ ମଣ୍ତଳୀର ଦୂତ ନିକଟକୁ ଲେଖ: ଯାହାଙ୍କର ତୀକ୍ଷ୍ମ ଦ୍ଵିଧାର ଖଡ଼୍‍ଗ ଅଛି, ସେ ଏହା କହନ୍ତି,
13. ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ଵସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ଵୀକାର କରି ଥିଲ
14. କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କିଛି କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ଵୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି
15. ସେହିପରି ମଧ୍ୟ ନୀକଲାୟତୀୟ ମତାବଲମ୍ଵୀ କେତେକ ତୁମ୍ଭ ମଧ୍ୟରେ ଅଛନ୍ତି
16. ଏଣୁ ମନ ପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ଵମୁଖନିଃସୃତ ଖଡ଼୍‍ଗ ଦ୍ଵାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ
17. ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ମାନ୍ନା ଦେବୁ, ପୁଣି ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ, ଲିଖିତ ଏକ ଶ୍ଵେତ ପ୍ରସ୍ତର ତାହାକୁ ଦେବୁ
18. ଥୁୟତୀରା ମଣ୍ତଳୀର ଦୂତ ନିକଟକୁ ଲେଖ: ଈଶ୍ଵରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ଵଳିତ ଅଗ୍ନିଶିଖା ସଦୃଶ ପାଦ ଉଜ୍ଜ୍ଵଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି,
19. ଆମ୍ଭେ ତୁମ୍ଭର କର୍ମ, ପ୍ରେମ, ବିଶ୍ଵାସ, ସେବା ଧୈର୍ଯ୍ୟ ଜାଣୁ, ପୁଣି ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର ପୂର୍ବ କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ
20. ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ
21. ଆମ୍ଭେ ତାହାକୁ ମନ ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ
22. ଦେଖ, ଆମ୍ଭେ ତାହାକୁ ଶଯ୍ୟାଶାୟୀ କରିବୁ, ଆଉ ଯେଉଁମାନେ ତାହା ସହିତ ବ୍ୟଭିଚାର କରନ୍ତି, ସେମାନେ ତାହାର କର୍ମର ସହଭାଗିତାରୁ ମନ ପରିବର୍ତ୍ତନ କଲେ ଆମ୍ଭେ ସେମାନଙ୍କୁ ମହାକ୍ଳେଶରେ ପକାଇବୁ,
23. ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ଵାରା ବିନାଶ କରିବୁ ସେଥିରେ ଆମ୍ଭେ ଯେ ମର୍ମ ହୃଦୟର ପରୀକ୍ଷକ, ପୁଣି ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ତଳୀଗଣ ଜାଣିବେ
24. କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍, ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ଵୀ ନୁହଁ ଯାହାକୁ ଶୟତାନର ନିଗୂଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ
25. କେବଳ ତୁମ୍ଭମାନଙ୍କଠାରେ ଯାହା ଅଛି, ତାହା ଆମ୍ଭର ଆଗମନ ପର୍ଯ୍ୟନ୍ତ ଦୃଢ଼ ରୂପେ ଧରି ରଖ
26. ଯେ ଜୟ କରେ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;
27. ସେ ସେମାନଙ୍କୁ ଲୌହଦଣ୍ତ ଦ୍ଵାରା ଶାସନ କରିବ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ତ ଖଣ୍ତ ହେବେ,
28. ପୁଣି ଆମ୍ଭେ ତାହାକୁ ପ୍ରଭାତୀତାରା ଦେବୁ
29. ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ
Total 22 Chapters, Current Chapter 2 of Total Chapters 22
×

Alert

×

oriya Letters Keypad References