1. ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ଵରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା ।
|
2. ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ଵରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ଵାରା ପରିବର୍ତ୍ତିତ ହୁଅ ।
|
3. କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ଵର ଯାହାକୁ ଯେ ପରିମାଣରେ ବିଶ୍ଵାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର ।
|
4. କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗ-ପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକପ୍ରକାର ନୁହେଁ,
|
6. ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ଵାସର ପରିମାଣ ଅନୁସାରେ ଭାବବାଣୀ କହୁ;
|
8. ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ଵାବଧାନ କରେ, ସେ ଯନି ସହକାରେ ତତ୍ତ୍ଵାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ ।
|
19. ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, ‘ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବାʼ ।
|
20. ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାʼର ମସ୍ତକ ଉପରେ ଜ୍ଵଳନ୍ତା ଅଙ୍ଗାର ଗଦା କରିବ ।
|