ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
1. କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ ।
2. ବୟୋଧିକ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ଆତ୍ମସଂଯମୀ ପୁଣି ବିଶ୍ଵାସ, ପ୍ରେମ ଓ ଧୈର୍ଯ୍ୟରେ ସବଳ ହେବାକୁ,
3. ପୁଣି ବୟୋଧିକା ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
4. ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,
5. ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ଵାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ;
6. ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ଆତ୍ମସଂଯମୀ ହେବା ପାଇଁ ଉତ୍ସାହ ଦିଅ;
7. ତୁମ୍ଭେ ନିଜେ ଆପଣା ଆଚରଣରେ ଉତ୍ତମତାର ଆଦର୍ଶ ଦେଖାଅ, ଶିକ୍ଷାରେ ଅକୃତ୍ରିମ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ତନୀୟ ବାକ୍ୟ ପ୍ରକାଶ କର,
8. ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ ।
9. ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,
10. ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ଵସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଶିକ୍ଷାର ଅଳଙ୍କାର ସ୍ଵରୂପ ହୁଅନ୍ତି ।
11. କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ଵରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
12. ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,
13. ଆଉ ସେହି ଆନନ୍ଦଦାୟକ ଭରସା ପୁଣି ଆମ୍ଭମାନଙ୍କ ମହାନ ଈଶ୍ଵର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛି ।
14. ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ଉତ୍ତମତାରେ ଉଦ୍ଯୋଗୀ ନିଜସ୍ଵ ଲୋକ ସ୍ଵରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ ।
15. ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର । କେହି ତୁମ୍ଭକୁ ତୁଚ୍ଛ ନ କରୁ ।

Notes

No Verse Added

Total 3 Chapters, Current Chapter 2 of Total Chapters 3
1 2 3
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2
1. କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ
2. ବୟୋଧିକ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ଆତ୍ମସଂଯମୀ ପୁଣି ବିଶ୍ଵାସ, ପ୍ରେମ ଧୈର୍ଯ୍ୟରେ ସବଳ ହେବାକୁ,
3. ପୁଣି ବୟୋଧିକା ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ମଦ୍ୟପାନରେ ଆସକ୍ତା ହୋଇ ଶୁଦ୍ଧାଚାରିଣୀ ହେବାକୁ ସୁଶିକ୍ଷା ଦେବାକୁ ଅନୁରୋଧ କର;
4. ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,
5. ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଆପଣା ଆପଣା ସ୍ଵାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ;
6. ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ଆତ୍ମସଂଯମୀ ହେବା ପାଇଁ ଉତ୍ସାହ ଦିଅ;
7. ତୁମ୍ଭେ ନିଜେ ଆପଣା ଆଚରଣରେ ଉତ୍ତମତାର ଆଦର୍ଶ ଦେଖାଅ, ଶିକ୍ଷାରେ ଅକୃତ୍ରିମ ଗଭୀର ଭାବ ଏବଂ ହିତଜନକ ଅଖଣ୍ତନୀୟ ବାକ୍ୟ ପ୍ରକାଶ କର,
8. ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ପାରି ଲଜ୍ଜିତ ହେବ
9. ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,
10. ପ୍ରତିବାଦ କରନ୍ତୁ, କିଛି ହିଁ ଚୋରି କରି ବରଂ ସମ୍ପୂର୍ଣ୍ଣ ବିଶ୍ଵସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଶିକ୍ଷାର ଅଳଙ୍କାର ସ୍ଵରୂପ ହୁଅନ୍ତି
11. କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ଵରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
12. ପୁଣି, ଆମ୍ଭେମାନେ ଯେପରି ଅଧର୍ମ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଭକ୍ତ ଭାବରେ ଜୀବନ ଯାପନ କରୁ,
13. ଆଉ ସେହି ଆନନ୍ଦଦାୟକ ଭରସା ପୁଣି ଆମ୍ଭମାନଙ୍କ ମହାନ ଈଶ୍ଵର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛି
14. ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଆପଣା ନିମନ୍ତେ ଉତ୍ତମତାରେ ଉଦ୍ଯୋଗୀ ନିଜସ୍ଵ ଲୋକ ସ୍ଵରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ
15. ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଅନୁଯୋଗ କର କେହି ତୁମ୍ଭକୁ ତୁଚ୍ଛ କରୁ
Total 3 Chapters, Current Chapter 2 of Total Chapters 3
1 2 3
×

Alert

×

oriya Letters Keypad References