ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ବିଚାରକର୍ତାମାନଙ୍କ ବିବରଣ
1. ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥ୍ଲିହିମ୍-ଯିହୁଦାରୁ ଏକ ଉପପନିୀ ଗ୍ରହଣ କଲା ।
2. ପୁଣି ତାହାର ଉପପନିୀ ତାହା ବିରୁଦ୍ଧରେ ବେଶ୍ୟାଚାର କରି ତାହା ନିକଟରୁ ବାହାରି ଯାଇ ବେଥ୍ଲିହିମ୍-ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା ।
3. ଏ ଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକି ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା ।
4. ଏହେତୁରୁ ତାହାର ଶ୍ଵଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ ।
5. ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରୁ ଆପଣା ବାଟରେ ଯିବ ।
6. ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲୋକକୁ କହିଲା, ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର ।
7. ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ଵଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା ।
8. ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ; ଏଥିରେ ସେ ଦୁହେଁ ଭୋଜନ କଲେ ।
9. ଏଉତ୍ତାରେ ସେ ପୁରୁଷ ଓ ତାହାର ଉପପନିୀ ଓ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ଵଶୁର ସେହି ଯୁବତୀର ପିତା ତାହାକୁ କହିଲା, ଦେଖ, ଏବେ ତ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅ; ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ ।
10. ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପନିୀ ଥିଲେ ।
11. ସେମାନେ ଯିବୂଷ ନିକଟରେ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟ-ମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ ।
12. ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁନ୍ତମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ ।
13. ପୁଣି ସେ ଆପଣା ଦାସକୁ କହିଲା, ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା ।
14. ତେଣୁ ସେମାନେ ଆପଣା ପଥରେ ଚାଲିଗଲେନ୍ତପୁଣି ବିନ୍ୟାମୀନର ଅଧିକାରସ୍ଥ ଗିବୀୟା ନିକଟରେ ହେବା ବେଳେ ସୂର୍ଯ୍ୟ ଅସ୍ତ ହେଲା ।
15. ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ି ଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ତରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା ।
16. ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟା କାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନୀୟ ଥିଲେ ।
17. ପୁଣି ସେ ଲୋକ ଅନାଇ ନଗରର ଦାଣ୍ତରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?
18. ତହିଁରେ ସେ ତାହାକୁ କହିଲା, ଆମ୍ଭେମାନେ ବେଥ୍ଲିହିମ୍-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥ୍ଲିହିମ୍-ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ ।
19. ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୋଟୀ ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ ।
20. ତହୁଁ ସେହି ବୃଦ୍ଧ ଲୋକ କହିଲା, ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ତରେ ରୁହ ନାହିଁ ।
21. ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ ।
22. ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ପାପାଧମ ସନ୍ତାନ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହାଠାରେ ଉପଗତ ହେବା ।
23. ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର ।
24. ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପନିୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର ।
25. ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ପୁରୁଷ ଆପଣା ଉପପନିୀ କି ଧରି ବାହାରକୁ ସେମାନଙ୍କ କତିକି ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀଠାରେ ଉପଗତ ହେଲେ ଓ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିଯାକ ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ ।
26. ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ଵାମୀ ରହୁଥିବା ଲୋକର ଗୃହଦ୍ଵାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା ।
27. ଏ ଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ଵାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ଵାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପନିୀ ସେହି ସ୍ତ୍ରୀ ଗୃହଦ୍ଵାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ଵାରବନ୍ଧ ଉପରେ ଅଛି ।
28. ତହୁଁ ସେ ତାହାକୁ କହିଲା, ଉଠ, ଚାଲ ଆମ୍ଭେମାନେ ଯିବା; ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା ।
29. ଅନନ୍ତର ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ତେ ଛୁରୀ ନେଇ ଆପଣା ଉପପନିୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ତରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା ।
30. ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ଏ ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ ଓ କୁହ ।

Notes

No Verse Added

Total 21 Chapters, Current Chapter 19 of Total Chapters 21
1 2 3 4 5 6 7 8 9 10
11 12 13 14 15 16 17 18 19 20 21
ବିଚାରକର୍ତାମାନଙ୍କ ବିବରଣ 19
1. ଇସ୍ରାଏଲ ମଧ୍ୟରେ ରାଜା ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥ୍ଲିହିମ୍-ଯିହୁଦାରୁ ଏକ ଉପପନିୀ ଗ୍ରହଣ କଲା
2. ପୁଣି ତାହାର ଉପପନିୀ ତାହା ବିରୁଦ୍ଧରେ ବେଶ୍ୟାଚାର କରି ତାହା ନିକଟରୁ ବାହାରି ଯାଇ ବେଥ୍ଲିହିମ୍-ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା
3. ଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକି ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା
4. ଏହେତୁରୁ ତାହାର ଶ୍ଵଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ
5. ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରୁ ଆପଣା ବାଟରେ ଯିବ
6. ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲୋକକୁ କହିଲା, ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର
7. ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ଵଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା
8. ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ; ଏଥିରେ ସେ ଦୁହେଁ ଭୋଜନ କଲେ
9. ଏଉତ୍ତାରେ ସେ ପୁରୁଷ ତାହାର ଉପପନିୀ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ଵଶୁର ସେହି ଯୁବତୀର ପିତା ତାହାକୁ କହିଲା, ଦେଖ, ଏବେ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅ; ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ
10. ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଯିବୂଷ, ଅର୍ଥାତ୍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ମଧ୍ୟ ତାହାର ଉପପନିୀ ଥିଲେ
11. ସେମାନେ ଯିବୂଷ ନିକଟରେ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟ-ମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ
12. ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁନ୍ତମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ
13. ପୁଣି ସେ ଆପଣା ଦାସକୁ କହିଲା, ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା
14. ତେଣୁ ସେମାନେ ଆପଣା ପଥରେ ଚାଲିଗଲେନ୍ତପୁଣି ବିନ୍ୟାମୀନର ଅଧିକାରସ୍ଥ ଗିବୀୟା ନିକଟରେ ହେବା ବେଳେ ସୂର୍ଯ୍ୟ ଅସ୍ତ ହେଲା
15. ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ି ଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ତରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ଥିଲା
16. ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟା କାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ ପର୍ବତମୟ ଦେଶର ଲୋକ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନୀୟ ଥିଲେ
17. ପୁଣି ସେ ଲୋକ ଅନାଇ ନଗରର ଦାଣ୍ତରେ ସେହି ପଥିକକୁ ଦେଖିଲା ସେହି ବୃଦ୍ଧ ଲୋକ ପଚାରିଲା, ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?
18. ତହିଁରେ ସେ ତାହାକୁ କହିଲା, ଆମ୍ଭେମାନେ ବେଥ୍ଲିହିମ୍-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ବେଥ୍ଲିହିମ୍-ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ
19. ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ତୁମ୍ଭର ଏହି ଦାସୀ ପାଇଁ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୋଟୀ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ
20. ତହୁଁ ସେହି ବୃଦ୍ଧ ଲୋକ କହିଲା, ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ତରେ ରୁହ ନାହିଁ
21. ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ
22. ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ପାପାଧମ ସନ୍ତାନ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହାଠାରେ ଉପଗତ ହେବା
23. ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ କର
24. ଦେଖ, ମୋହର ଅବିବାହିତା କନ୍ୟା ସେ ଲୋକର ଉପପନିୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା କର
25. ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ପୁରୁଷ ଆପଣା ଉପପନିୀ କି ଧରି ବାହାରକୁ ସେମାନଙ୍କ କତିକି ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀଠାରେ ଉପଗତ ହେଲେ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିଯାକ ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ
26. ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ଵାମୀ ରହୁଥିବା ଲୋକର ଗୃହଦ୍ଵାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା
27. ଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ଵାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ଵାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପନିୀ ସେହି ସ୍ତ୍ରୀ ଗୃହଦ୍ଵାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ଵାରବନ୍ଧ ଉପରେ ଅଛି
28. ତହୁଁ ସେ ତାହାକୁ କହିଲା, ଉଠ, ଚାଲ ଆମ୍ଭେମାନେ ଯିବା; ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା
29. ଅନନ୍ତର ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ତେ ଛୁରୀ ନେଇ ଆପଣା ଉପପନିୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ତରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା
30. ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ କୁହ
Total 21 Chapters, Current Chapter 19 of Total Chapters 21
1 2 3 4 5 6 7 8 9 10
11 12 13 14 15 16 17 18 19 20 21
×

Alert

×

oriya Letters Keypad References