2. ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ; ଆଉ ବସ୍ତ୍ରସକଳ ଓ ଅଭିଷେକାର୍ଥକ ତୈଳ ଓ ପାପାର୍ଥକ ବଳିର ଗୋବତ୍ସ ଓ ଦୁଇ ମେଷ ଓ ତାଡ଼ିଶୂନ୍ୟ ରୋଟୀର ଡାଲା ସଙ୍ଗେ ନିଅ ।
|
7. ପୁଣି ହାରୋଣଙ୍କ ଉପରେ ଜାମା ଦେଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବଦ୍ଧ କଲେ ।
|
9. ପୁଣି, ତାଙ୍କର ମସ୍ତକରେ ପାଗ ରଖିଲେ; ପାଗ ସମ୍ମୁଖରେ ସ୍ଵର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ ।
|
11. ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ ।
|
12. ଅନନ୍ତର ସେ ହାରୋଣଙ୍କୁ ପ୍ରତିଷ୍ଠା କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ ।
|
13. ଅନନ୍ତର ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ଜାମା ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ ।
|
14. ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ-ମସ୍ତକରେ ହସ୍ତନିର୍ଭର ଦେଲେ ।
|
15. ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ଵାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକି ପବିତ୍ର କଲେ; ଆଉ, ବେଦିମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ ।
|
16. ଅନନ୍ତର ମୋଶା ଅନ୍ତ୍ର-ଉପରିସ୍ଥିତ ସମସ୍ତ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ ।
|
17. ମାତ୍ର ସେହି ଗୋବତ୍ସର ଚର୍ମ ଓ ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ ।
|
21. ଆଉ, ସେ ତାହାର ଅନ୍ତ୍ର ଓ ପାଦ ଜଳରେ ଧୌତ କଲେ । ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର । ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ ।
|
22. ଅନନ୍ତର ସେ ଅନ୍ୟ ମେଷ, ଅର୍ଥାତ୍, ପଦନି-ଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତନିର୍ଭର ଦେଲେ ।
|
23. ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ ।
|
24. ଏଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ ।
|
25. ପୁଣି, ସେ ମେଦ ଓ ମେଦମୟ ଲାଙ୍ଗୁଳ ଓ ଅନ୍ତ୍ର-ଉପରିସ୍ଥିତ ସକଳ ମେଦ ଓ ଯକୃତର ଉପରିସ୍ଥିତ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁର ମେଦ ଓ ଡାହାଣ ଚଟୁଆ ନେଲେ;
|
26. ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥିତ ତାଡ଼ିଶୂନ୍ୟ ରୋଟୀର ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳପକ୍ଵ ରୋଟୀର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଚଟୁଆ ଉପରେ ଥୋଇଲେ;
|
27. ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ ।
|
28. ଏଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ।
|
29. ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ ।
|
30. ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେନ୍ତଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ ।
|
31. ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, ସମାଗମ-ତମ୍ଵୁଦ୍ଵାର ନିକଟରେ ମାଂସ ସିଦ୍ଧ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,ʼ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଡାଲାରେ ଥିବା ରୋଟୀ ଭୋଜନ କର ।
|
33. ଆଉ, ତୁମ୍ଭେମାନେ ସାତ ଦିନଯାଏ, ଅର୍ଥାତ୍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ଵୁଦ୍ଵାରରୁ ବାହାରକୁ ଯିବ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ସାତ ଦିନଯାଏ ପଦରେ ନିଯୁକ୍ତ କରିବେ ।
|
35. ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନଯାଏ ସମାଗମ-ତମ୍ଵୁଦ୍ଵାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ । କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ ।
|