ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?
2. ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ ।
3. କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ ।
4. ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ଵର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର ।
5. ତାହାର ସମସ୍ତ ଗତି ସର୍ବଦା ଦୃଢ଼; ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ଵବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ ।
6. ସେ ଆପଣା ମନେ ମନେ କହେ, ମୁଁ ଘୁଞ୍ଚା ଯିବି ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି ।
7. ତାହାର ମୁଖ ଅଭିଶାପ ଓ ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ଵା ତଳେ ଅନିଷ୍ଟ ଓ ଅଧର୍ମ ଥାଏ ।
8. ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ ।
9. ଯେପରି ସିଂହ ଆପଣା ଗହ୍ଵରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ ।
10. ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ଵାରା ପତିତ ହୁଅନ୍ତି ।
11. ସେ ଆପଣା ମନେ ମନେ କହେ, ପରମେଶ୍ଵର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ ।
12. ହେ ସଦାପ୍ରଭୋ, ଉଠ; ହେ ପରମେଶ୍ଵର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ ।
13. ଦୁଷ୍ଟଲୋକ କାହିଁକି ପରମେଶ୍ଵରଙ୍କୁ ଅବଜ୍ଞା କରେ ଓ ତୁମ୍ଭେ ଅନୁସନ୍ଧାନ କରିବ ନାହିଁ ବୋଲି ସେ ଆପଣା ମନେ ମନେ କହେ?
14. ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ଵେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ ।
15. ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର ।
16. ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି ।
17. ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
18. ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ ।

Notes

No Verse Added

Total 150 Chapters, Current Chapter 10 of Total Chapters 150
ଗୀତସଂହିତା 10
1. ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?
2. ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ
3. କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ
4. ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ଵର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର
5. ତାହାର ସମସ୍ତ ଗତି ସର୍ବଦା ଦୃଢ଼; ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ଵବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ
6. ସେ ଆପଣା ମନେ ମନେ କହେ, ମୁଁ ଘୁଞ୍ଚା ଯିବି ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି
7. ତାହାର ମୁଖ ଅଭିଶାପ ଛଳନା ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ଵା ତଳେ ଅନିଷ୍ଟ ଅଧର୍ମ ଥାଏ
8. ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ
9. ଯେପରି ସିଂହ ଆପଣା ଗହ୍ଵରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ
10. ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ଵାରା ପତିତ ହୁଅନ୍ତି
11. ସେ ଆପଣା ମନେ ମନେ କହେ, ପରମେଶ୍ଵର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ
12. ହେ ସଦାପ୍ରଭୋ, ଉଠ; ହେ ପରମେଶ୍ଵର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ
13. ଦୁଷ୍ଟଲୋକ କାହିଁକି ପରମେଶ୍ଵରଙ୍କୁ ଅବଜ୍ଞା କରେ ତୁମ୍ଭେ ଅନୁସନ୍ଧାନ କରିବ ନାହିଁ ବୋଲି ସେ ଆପଣା ମନେ ମନେ କହେ?
14. ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଦ୍ଵେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ
15. ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର
16. ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି
17. ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
18. ପିତୃହୀନ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ
Total 150 Chapters, Current Chapter 10 of Total Chapters 150
×

Alert

×

oriya Letters Keypad References