ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ-ଗୀତ; ଦାଉଦଙ୍କ ରଚିତ । ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,
2. ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;
3. ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ଵଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;
4. ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା;
5. ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା ।
6. ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ଵରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି ।
7. ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି;
8. ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ ।

Notes

No Verse Added

Total 150 Chapters, Current Chapter 124 of Total Chapters 150
ଗୀତସଂହିତା 124
1. ଆରୋହଣ-ଗୀତ; ଦାଉଦଙ୍କ ରଚିତ ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ଥାଆନ୍ତେ,
2. ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ଥାଆନ୍ତେ;
3. ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ଵଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;
4. ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା;
5. ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା
6. ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ଵରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି
7. ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି;
8. ଆକାଶ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ
Total 150 Chapters, Current Chapter 124 of Total Chapters 150
×

Alert

×

oriya Letters Keypad References