ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନ-ଗଣର ଗୀତ; ଅଲ୍ମୋତ୍ ସ୍ଵରର ଗୀତ । ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ ।
2. ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
3. ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ । [ସେଲା
4. ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ଵରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ରସ୍ଥାନକୁ ଆନନ୍ଦିତ କରେ ।
5. ପରମେଶ୍ଵର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ । ପରମେଶ୍ଵର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ ।
6. ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା ।
7. ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି ।
8. ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି!
9. ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ତ ଖଣ୍ତ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି ।
10. କ୍ଷା; ହୁଅ, ଆମ୍ଭେ ପରମେଶ୍ଵର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ ।
11. ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି । [ସେଲା
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 46 / 150
1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନ-ଗଣର ଗୀତ; ଅଲ୍ମୋତ୍ ସ୍ଵରର ଗୀତ । ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ । 2 ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ; 3 ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ । [ସେଲା 4 ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ଵରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ରସ୍ଥାନକୁ ଆନନ୍ଦିତ କରେ । 5 ପରମେଶ୍ଵର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ । ପରମେଶ୍ଵର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ । 6 ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା । 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି । 8 ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି! 9 ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ତ ଖଣ୍ତ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି । 10 କ୍ଷା; ହୁଅ, ଆମ୍ଭେ ପରମେଶ୍ଵର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ । 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି । [ସେଲା
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 46 / 150
×

Alert

×

Oriya Letters Keypad References