1. ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ । ମୋହର ପ୍ରାଣ କେବଳ ପରମେଶ୍ଵରଙ୍କର ଅପେକ୍ଷା କରଇ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସଇ ।
|
3. ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?
|
4. ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଶାପ ଦିଅନ୍ତି । ସେଲା
|
7. ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ଵରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ଵରଙ୍କ-ଠାରେ ଅଛି ।
|
8. ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ଵର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ । ସେଲା
|