ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ରାଜାବଳୀ
1. ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ିହୋଇ ସଦାପ୍ରଭୁଙ୍କ ଗୃହକୁ ଗଲେ ।
2. ପୁଣି ରାଜଗୃହାଧ୍ୟକ୍ଷ ଇଲୀୟାକୀମ୍କୁ ଓ ଶିବ୍ନ ଲେଖକକୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗକୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ ।
3. ତହିଁରେ ସେମାନେ ତାଙ୍କୁ କହିଲେ, ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ଵାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ ।
4. ହୋଇପାରେ, ଜୀବିତ ପରମେଶ୍ଵରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ଵାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର ।
5. ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ ।
6. ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ନ ହୁଅ ।
7. ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ଼୍‍ଗ ଦ୍ଵାରା ତାହାକୁ ନିପାତ କରିବା ।
8. ଅନନ୍ତର ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା;
9. ପୁଣି ଅଶୂରୀୟ ରାଜା କୂଶ ଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି । ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,
10. ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ଵାସଭୂମି ପରମେଶ୍ଵର ତୁମ୍ଭକୁ ନ ଭୁଲାଉନ୍ତୁ ।
11. ଦେଖ, ଅଶୂରୀୟ ରାଜାମାନେ ବର୍ଜନୀୟ ରୂପେ ବିନାଶ କରିବା ଦ୍ଵାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?
12. ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ୍ ଓ ହାରୋଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ୍ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
13. ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?
14. ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ; ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲେ ।
15. ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ଵର ଅଟ; ତୁମ୍ଭେ ସ୍ଵର୍ଗ ଓ ପୃଥିବୀ ନିର୍ମାଣ କରିଅଛ ।
16. ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ଵଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ୍ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ ।
17. ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି
18. ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ଵର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତରମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ ।
19. ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ଵର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ ।
20. ଏଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ୍ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ ।
21. ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ତ ହଲାଇଅଛି ।
22. ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ଵକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧରେ ।
23. ତୁମ୍ଭେ ଆପଣା ଦୂତମାନଙ୍କ ଦ୍ଵାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ଵକୁ, ଲିବାନୋନ୍ର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ର ରୂପ ଅରଣ୍ୟରେ ପ୍ରବେଶ କରିବା ।
24. ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା ।
25. କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ ।
26. ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ-ଉପରିସ୍ଥ ଘାସ ଓ ଅପକ୍ଵ ଅବସ୍ଥାରେ ଶୁଷ୍କ-ଶସ୍ୟ ତୁଲ୍ୟ ହେଲେ ।
27. ମାତ୍ର ତୁମ୍ଭର ବସିବାର ଓ ବାହାରକୁ ଯିବାର ଓ ଭିତରକୁ ଆସିବାର ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ଆମ୍ଭେ ଜାଣୁ ।
28. ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା ।
29. ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ଵୟଂ ଉତ୍ପନ୍ନ ଶସ୍ୟ ଓ ଦ୍ଵିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର ।
30. ପୁଣି ଯିହୁଦା-ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ ।
31. କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ; ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସିଦ୍ଧ କରିବ ।
32. ଏହେତୁ ସଦାପ୍ରଭୁ; ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ ।
33. ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରି ଯିବ ଓ ସେ ଏହି ନଗରକୁ ଆସିବ ନାହିଁ ।
34. କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା ।
35. ଅନନ୍ତର ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି ।
36. ତହିଁରେ ଅଶୂରର ରାଜା ସନ୍ହେରୀବ୍ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା ।
37. ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର୍ ତାହାକୁ ଖଡ଼୍‍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ ଦେଶକୁ ପଳାୟନ କଲେ । ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା ।

Notes

No Verse Added

Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 25
ଦିତୀୟ ରାଜାବଳୀ 19:7
1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ିହୋଇ ସଦାପ୍ରଭୁଙ୍କ ଗୃହକୁ ଗଲେ । 2 ପୁଣି ରାଜଗୃହାଧ୍ୟକ୍ଷ ଇଲୀୟାକୀମ୍କୁ ଓ ଶିବ୍ନ ଲେଖକକୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗକୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ । 3 ତହିଁରେ ସେମାନେ ତାଙ୍କୁ କହିଲେ, ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ଵାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ । 4 ହୋଇପାରେ, ଜୀବିତ ପରମେଶ୍ଵରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ଵାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର । 5 ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ । 6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ନ ହୁଅ । 7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ଼୍‍ଗ ଦ୍ଵାରା ତାହାକୁ ନିପାତ କରିବା । 8 ଅନନ୍ତର ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା; 9 ପୁଣି ଅଶୂରୀୟ ରାଜା କୂଶ ଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି । ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା, 10 ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ଵାସଭୂମି ପରମେଶ୍ଵର ତୁମ୍ଭକୁ ନ ଭୁଲାଉନ୍ତୁ । 11 ଦେଖ, ଅଶୂରୀୟ ରାଜାମାନେ ବର୍ଜନୀୟ ରୂପେ ବିନାଶ କରିବା ଦ୍ଵାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ? 12 ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ୍ ଓ ହାରୋଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ୍ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ? 13 ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି? 14 ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ; ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲେ । 15 ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ଵର ଅଟ; ତୁମ୍ଭେ ସ୍ଵର୍ଗ ଓ ପୃଥିବୀ ନିର୍ମାଣ କରିଅଛ । 16 ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ଵଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ୍ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ । 17 ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି 18 ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ଵର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତରମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ । 19 ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ଵର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ । 20 ଏଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ୍ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ । 21 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ତ ହଲାଇଅଛି । 22 ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ଵକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧରେ । 23 ତୁମ୍ଭେ ଆପଣା ଦୂତମାନଙ୍କ ଦ୍ଵାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ଵକୁ, ଲିବାନୋନ୍ର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ର ରୂପ ଅରଣ୍ୟରେ ପ୍ରବେଶ କରିବା । 24 ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା । 25 କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ । 26 ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ-ଉପରିସ୍ଥ ଘାସ ଓ ଅପକ୍ଵ ଅବସ୍ଥାରେ ଶୁଷ୍କ-ଶସ୍ୟ ତୁଲ୍ୟ ହେଲେ । 27 ମାତ୍ର ତୁମ୍ଭର ବସିବାର ଓ ବାହାରକୁ ଯିବାର ଓ ଭିତରକୁ ଆସିବାର ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ଆମ୍ଭେ ଜାଣୁ । 28 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା । 29 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ଵୟଂ ଉତ୍ପନ୍ନ ଶସ୍ୟ ଓ ଦ୍ଵିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର । 30 ପୁଣି ଯିହୁଦା-ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ । 31 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ; ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସିଦ୍ଧ କରିବ । 32 ଏହେତୁ ସଦାପ୍ରଭୁ; ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ । 33 ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରି ଯିବ ଓ ସେ ଏହି ନଗରକୁ ଆସିବ ନାହିଁ । 34 କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା । 35 ଅନନ୍ତର ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି । 36 ତହିଁରେ ଅଶୂରର ରାଜା ସନ୍ହେରୀବ୍ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା । 37 ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର୍ ତାହାକୁ ଖଡ଼୍‍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ ଦେଶକୁ ପଳାୟନ କଲେ । ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା ।
Total 25 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 25
Common Bible Languages
West Indian Languages
×

Alert

×

oriya Letters Keypad References