ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ତୃତୀୟ ପତ୍ର
1. ପ୍ରାଚୀନ ଯେ ମୁଁ, ମୁଁ ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ ।
2. ପ୍ରିୟ ବନ୍ଧୁ, ତୁମ୍ଭ ଆତ୍ମାର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଓ ତୁମ୍ଭେ ସ୍ଵାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା ।
3. କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି ।
4. ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋର ଆନନ୍ଦର ଆଉ ବଡ଼ ବିଷୟ ନାହିଁ ।
5. ପ୍ରିୟ ବନ୍ଧୁ, ତୁମ୍ଭେ ଭ୍ରାତୃଗଣ, ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ଵସ୍ତ ଭାବରେ କରୁଅଛ ।
6. ସେମାନେ ମଣ୍ତଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ଵରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ,
7. ଯେଣୁ ସେମାନେ ବିଜାତିମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି ।
8. ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକାର୍ଯ୍ୟକାରୀ ହୋଇ ପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ ।
9. ମୁଁ ମଣ୍ତଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ତଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ ।
10. ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ତଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହିସମସ୍ତ କୃତ କର୍ମ ସ୍ମରଣରେ ଆଣିବି ।
11. ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ । ଯେ ସତ୍କର୍ମ କରେ, ସେ ଈଶ୍ଵରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ଵରଙ୍କୁ ଦର୍ଶନ କରି ନାହିଁ ।
12. ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ ।
13. ତୁମ୍ଭ ନିକଟକୁ ମୋହର ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଳି ଓ କଲମରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ ।
14. ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା । (15) ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉ ଅଛନ୍ତି । ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ ।
Total 1 ଅଧ୍ୟାୟଗୁଡ଼ିକ
1 ପ୍ରାଚୀନ ଯେ ମୁଁ, ମୁଁ ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ । 2 ପ୍ରିୟ ବନ୍ଧୁ, ତୁମ୍ଭ ଆତ୍ମାର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଓ ତୁମ୍ଭେ ସ୍ଵାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା । 3 କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି । 4 ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋର ଆନନ୍ଦର ଆଉ ବଡ଼ ବିଷୟ ନାହିଁ । 5 ପ୍ରିୟ ବନ୍ଧୁ, ତୁମ୍ଭେ ଭ୍ରାତୃଗଣ, ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ଵସ୍ତ ଭାବରେ କରୁଅଛ । 6 ସେମାନେ ମଣ୍ତଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ଵରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ, 7 ଯେଣୁ ସେମାନେ ବିଜାତିମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି । 8 ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକାର୍ଯ୍ୟକାରୀ ହୋଇ ପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ । 9 ମୁଁ ମଣ୍ତଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ତଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ । 10 ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ତଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହିସମସ୍ତ କୃତ କର୍ମ ସ୍ମରଣରେ ଆଣିବି । 11 ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ । ଯେ ସତ୍କର୍ମ କରେ, ସେ ଈଶ୍ଵରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ଵରଙ୍କୁ ଦର୍ଶନ କରି ନାହିଁ । 12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ । 13 ତୁମ୍ଭ ନିକଟକୁ ମୋହର ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଳି ଓ କଲମରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ । 14 ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା । (15) ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉ ଅଛନ୍ତି । ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ ।
Total 1 ଅଧ୍ୟାୟଗୁଡ଼ିକ
Common Bible Languages
West Indian Languages
×

Alert

×

Oriya Letters Keypad References