ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଉପଦେଶକ
1. ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା ।
2. ଉପଦେଶକ କହୁଅଛନ୍ତି, ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର ।
3. ମନୁଷ୍ୟ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମରେ ପରିଶ୍ରା; ହୁଏ, ତାହାର ସେହିସବୁରୁ କି ଲାଭ?
4. ଏକ ପୁରୁଷ ବହିଯାଏ ଓ ଅନ୍ୟ ପୁରୁଷ ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ ।
5. ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ଵର ହୁଏ ।
6. ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ନିତ୍ୟ ନିତ୍ୟ ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ ।
7. ନଦୀସବୁ ସମୁଦ୍ରକୁ ବହିଯାʼନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି ।
8. ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ ।
9. ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ ।
10. ଯହିଁ ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା ।
11. ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତ କାଳରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ ।
12. ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି ।
13. ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ଵାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ଵାରା ପରମେଶ୍ଵର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟ; କ୍ଲେଶଜନକ ।
14. ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍-ଧାବନମାତ୍ର ।
15. ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେନ୍ତ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ ।
16. ମୁଁ ଆପଣା ହୃଦୟରେ ଭାବି କହିଲି, ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହାଅନୁଭବୀ ହୋଇଅଛି ।
17. ତହୁଁ ମୁଁ ଜ୍ଞାନର ତତ୍ତ୍ଵ, ପୁଣି ବାତୁଳତା ଓ ଅଜ୍ଞାନତାର ତତ୍ତ୍ଵ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି ।
18. କାରଣ ବହୁତ ଜ୍ଞାନରେ ବହୁତ କ୍ଳେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ ।

Notes

No Verse Added

Total 12 Chapters, Current Chapter 1 of Total Chapters 12
1 2 3 4 5 6 7 8 9 10 11 12
ଉପଦେଶକ 1
1. ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା
2. ଉପଦେଶକ କହୁଅଛନ୍ତି, ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର
3. ମନୁଷ୍ୟ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମରେ ପରିଶ୍ରା; ହୁଏ, ତାହାର ସେହିସବୁରୁ କି ଲାଭ?
4. ଏକ ପୁରୁଷ ବହିଯାଏ ଅନ୍ୟ ପୁରୁଷ ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ
5. ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ଵର ହୁଏ
6. ବାୟୁ ଦକ୍ଷିଣ ଦିଗକୁ ଯାଏ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ନିତ୍ୟ ନିତ୍ୟ ଘୁରେ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ
7. ନଦୀସବୁ ସମୁଦ୍ରକୁ ବହିଯାʼନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି
8. ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ
9. ଯାହା ହୋଇଅଛି, ତାହା ହିଁ ହେବ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ
10. ଯହିଁ ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏପରି କି କୌଣସି ବିଷୟ ଅଛି? ତାହା ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା
11. ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ଥାଏ; କିଅବା ଭବିଷ୍ୟତ କାଳରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ଥିବ
12. ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି
13. ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ଵାରା ଆଲୋଚନା ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ଵାରା ପରମେଶ୍ଵର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟ; କ୍ଲେଶଜନକ
14. ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍-ଧାବନମାତ୍ର
15. ଯାହା ବଙ୍କା, ତାହା ସଳଖ କରାଯାଇ ପାରେନ୍ତ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ପାରେ
16. ମୁଁ ଆପଣା ହୃଦୟରେ ଭାବି କହିଲି, ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ବିଦ୍ୟାରେ ମହାଅନୁଭବୀ ହୋଇଅଛି
17. ତହୁଁ ମୁଁ ଜ୍ଞାନର ତତ୍ତ୍ଵ, ପୁଣି ବାତୁଳତା ଅଜ୍ଞାନତାର ତତ୍ତ୍ଵ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି
18. କାରଣ ବହୁତ ଜ୍ଞାନରେ ବହୁତ କ୍ଳେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ
Total 12 Chapters, Current Chapter 1 of Total Chapters 12
1 2 3 4 5 6 7 8 9 10 11 12
×

Alert

×

oriya Letters Keypad References