3. ପୁଣି ପରମେଶ୍ଵର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ । ଯେହେତୁ ସେହି ଦିନରେ ପରମେଶ୍ଵର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ ।
|
4. ସୃଷ୍ଟିକାଳରେ ଆକାଶମଣ୍ତଳ ଓ ପୃଥିବୀର ବିବରଣ ଏହି । ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ଵର ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କଲେ,
|
5. ସେ ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ଵର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା ।
|
7. ଅନନ୍ତର ସଦାପ୍ରଭୁ ପରମେଶ୍ଵର ଭୂମିର ଧୂଳି ଦ୍ଵାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା ।
|
9. ସଦାପ୍ରଭୁ ପରମେଶ୍ଵର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ ।
|
16. ସଦାପ୍ରଭୁ ପରମେଶ୍ଵର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ଵଚ୍ଛନ୍ଦରେ ଭୋଜନ କରି ପାର,
|
17. ମାତ୍ର ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତା; ମରିବ ।
|
18. ଅନନ୍ତର ସଦାପ୍ରଭୁ ପରମେଶ୍ଵର କହିଲେ, ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା ।
|
19. ଆଉ ସଦାପ୍ରଭୁ ପରମେଶ୍ଵର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ । ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା ।
|
20. ଏହି ରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ ।
|
21. ଅନନ୍ତର ସଦାପ୍ରଭୁ ପରମେଶ୍ଵର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ତେ ପଞ୍ଜର ନେଇ ମାଂସ ଦ୍ଵାରା ସେହି ସ୍ଥାନ ପୂର୍ଣ୍ଣ କଲେ ।
|
22. ଆଉ ସଦାପ୍ରଭୁ ପରମେଶ୍ଵର ଆଦମଙ୍କଠାରୁ ଯେଉଁ ପଞ୍ଜର ଖଣ୍ତିକ ନେଲେ, ତଦ୍ଦ୍ଵାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ ।
|
23. ତହୁଁ ଆଦମ କହିଲେ, ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହା ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି ।
|