1. ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍, ଅନ୍ନ ସ୍ଵରୂପ ସମସ୍ତ ଯଷ୍ଟି ଓ ଜଳ ସ୍ଵରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
|
5. ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ଵାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ଵାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନର ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ ।
|
6. କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;
|
7. ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କି ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ ।
|
8. ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ଵିତ କରିବା ପାଇଁ ସେମାନଙ୍କର ଜିହ୍ଵା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ ।
|
9. ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ । ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି ।
|
12. ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି । ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି ।
|
14. ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;
|
15. ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି ।
|
16. ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ଵାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶଦ୍ଦ କରନ୍ତି;
|
24. ତହିଁରେ ସୁଗନ୍ଧି-ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ ଓ କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ ଓ ସୁନ୍ଦର କେଶବିନ୍ୟାସ ବଦଳରେ କେଶଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ ।
|