ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ମାଥିଉଲିଖିତ ସୁସମାଚାର
1. ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ ।
2. ଆଉ, ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ଵଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା ।
3. ପୁଣି ଦେଖ, ମୋଶା ଓ ଏଲୀୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା ।
4. ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ ।
5. ସେ ଏହି କଥା କହୁ କହୁ, ଦେଖ, ଖଣ୍ତେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ଏହାଙ୍କ ବାକ୍ୟ ଶ୍ରବଣ କର ।
6. ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ ।
7. ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୟ କର ନାହିଁ ।
8. ପୁଣି, ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକି ଦେଖିଲେ ନାହିଁ ।
9. ସେମାନେ ପର୍ବତରୁ ଓହ୍ଳାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ଉତ୍ଥିତ ନ ହେବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକି କୁହ ନାହିଁ ।
10. ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ?
11. ସେ ଉତ୍ତର ଦେଲେ, ଏଲୀୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ,
12. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ତ ଆସି ସାରିଲେଣି, ମାତ୍ର ଲୋକ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି । ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହସ୍ତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି।।
13. ସେ ଯେ ସେମାନଙ୍କୁ ବାପ୍ତିଜକ ଯୋହନଙ୍କ ବିଷୟରେ କହିଲେ, ଶିଷ୍ୟମାନେ ସେତେବେଳେ ତାହା ବୁଝିଲେ।
14. ପରେ ସେମାନେ ଲୋକସମୂହ ନିକଟକୁ ଆସନ୍ତେ, ଜଣେ ଲୋକ ତାହାଙ୍କ ପାଖକୁ ଆସି ଆଣ୍ଠୋଇପଡ଼ି କହିଲା,
15. ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୃଗୀରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି ।
16. ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରି ପାରିଲେ ନାହିଁ ।
17. ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେକାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋʼ ପାଖକୁ ଆଣ ।
18. ଆଉ, ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ଦଣ୍ତରୁ ସୁସ୍ଥ ହେଲା ।
19. ଏଥିଉତ୍ତାରେ, ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ?
20. ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ଵାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷଦାନା ପରି ତୁମ୍ଭମାନଙ୍କର ବିଶ୍ଵାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯାʼ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ ।
21. [କିନ୍ତୁ ପ୍ରାର୍ଥନା ଓ ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରି ଯାଏ ନାହିଁ ।]
22. ଆଉ, ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,
23. ପୁଣି ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉତ୍ଥିତ ହେବେ । ଏଥିରେ ସେମାନେ ଅତ୍ୟ; ଦୁଃଖିତ ହେଲେ ।
24. ଏଥିମଧ୍ୟରେ ସେମାନେ କଫର୍ନାହୂମକୁ ଆସନ୍ତେ, ମନ୍ଦିରର କରଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ?
25. ସେ କହିଲେ, ହଁ, ଦିଅନ୍ତି । ଆଉ, ସେ ଘରକୁ ଆସିଲା ଉତ୍ତାରେ ଯୀଶୁ ଆଗେ ତାଙ୍କୁ କହିଲେ, ଶିମୋନ, ତୁମ୍ଭର ମତ କଅଣ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ଵ ନିଅନ୍ତି? ସେମାନଙ୍କ ପୁତ୍ରମାନଙ୍କଠାରୁ କିମ୍ଵା ବିଦେଶୀମାନଙ୍କଠାରୁ?
26. ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ, ଯୀଶୁ ତାଙ୍କୁ କହିଲେ, ତେବେ ତ ପୁତ୍ରମାନେ ମୁକ୍ତ ।
27. କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ ମୁଦ୍ରା ପାଇବ; ତାହା ଘେନି ମୋʼ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ ।

Notes

No Verse Added

Total 28 Chapters, Current Chapter 17 of Total Chapters 28
ମାଥିଉଲିଖିତ ସୁସମାଚାର 17
1. ଛଅ ଦିନ ପରେ ଯୀଶୁ ପିତର, ଯାକୁବ ତାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ
2. ଆଉ, ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ଵଳ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା
3. ପୁଣି ଦେଖ, ମୋଶା ଏଲୀୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା
4. ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଏଲୀୟଙ୍କ ପାଇଁ ଗୋଟିଏ
5. ସେ ଏହି କଥା କହୁ କହୁ, ଦେଖ, ଖଣ୍ତେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ଏହାଙ୍କ ବାକ୍ୟ ଶ୍ରବଣ କର
6. ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଅତିଶୟ ଭୀତ ହେଲେ
7. ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୟ କର ନାହିଁ
8. ପୁଣି, ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକି ଦେଖିଲେ ନାହିଁ
9. ସେମାନେ ପର୍ବତରୁ ଓହ୍ଳାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେବା ପର୍ଯ୍ୟନ୍ତ ଦର୍ଶନର କଥା କାହାରିକି କୁହ ନାହିଁ
10. ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ?
11. ସେ ଉତ୍ତର ଦେଲେ, ଏଲୀୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ,
12. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ମାତ୍ର ଲୋକ ତାହାଙ୍କୁ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହସ୍ତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି।।
13. ସେ ଯେ ସେମାନଙ୍କୁ ବାପ୍ତିଜକ ଯୋହନଙ୍କ ବିଷୟରେ କହିଲେ, ଶିଷ୍ୟମାନେ ସେତେବେଳେ ତାହା ବୁଝିଲେ।
14. ପରେ ସେମାନେ ଲୋକସମୂହ ନିକଟକୁ ଆସନ୍ତେ, ଜଣେ ଲୋକ ତାହାଙ୍କ ପାଖକୁ ଆସି ଆଣ୍ଠୋଇପଡ଼ି କହିଲା,
15. ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୃଗୀରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଥରକୁଥର ପାଣିରେ ପଡ଼ୁଅଛି
16. ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରି ପାରିଲେ ନାହିଁ
17. ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେକାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋʼ ପାଖକୁ ଆଣ
18. ଆଉ, ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ବାଳକଟି ସେହି ଦଣ୍ତରୁ ସୁସ୍ଥ ହେଲା
19. ଏଥିଉତ୍ତାରେ, ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ?
20. ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ଵାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷଦାନା ପରି ତୁମ୍ଭମାନଙ୍କର ବିଶ୍ଵାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯାʼ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ
21. କିନ୍ତୁ ପ୍ରାର୍ଥନା ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରି ଯାଏ ନାହିଁ
22. ଆଉ, ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,
23. ପୁଣି ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉତ୍ଥିତ ହେବେ ଏଥିରେ ସେମାନେ ଅତ୍ୟ; ଦୁଃଖିତ ହେଲେ
24. ଏଥିମଧ୍ୟରେ ସେମାନେ କଫର୍ନାହୂମକୁ ଆସନ୍ତେ, ମନ୍ଦିରର କରଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ?
25. ସେ କହିଲେ, ହଁ, ଦିଅନ୍ତି ଆଉ, ସେ ଘରକୁ ଆସିଲା ଉତ୍ତାରେ ଯୀଶୁ ଆଗେ ତାଙ୍କୁ କହିଲେ, ଶିମୋନ, ତୁମ୍ଭର ମତ କଅଣ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ଵ ନିଅନ୍ତି? ସେମାନଙ୍କ ପୁତ୍ରମାନଙ୍କଠାରୁ କିମ୍ଵା ବିଦେଶୀମାନଙ୍କଠାରୁ?
26. ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ, ଯୀଶୁ ତାଙ୍କୁ କହିଲେ, ତେବେ ପୁତ୍ରମାନେ ମୁକ୍ତ
27. କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ ମୁଦ୍ରା ପାଇବ; ତାହା ଘେନି ମୋʼ ପାଇଁ ତୁମ୍ଭ ପାଇଁ ସେମାନଙ୍କୁ ଦିଅ
Total 28 Chapters, Current Chapter 17 of Total Chapters 28
×

Alert

×

oriya Letters Keypad References