3. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲାଙ୍କ ପରି ନ ହେଲେ କୌଣସି ପ୍ରକାରେ ସ୍ଵର୍ଗ-ରାଜ୍ୟରେ ପ୍ରବେଶ କରିବ ନାହିଁ ।
|
6. କିନ୍ତୁ ଯେ କେହି ମୋʼଠାରେ ବିଶ୍ଵାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରର ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ହିତକର ହୋଇଥାଆନ୍ତା ।
|
7. ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ଵାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର ।
|
8. ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, ଦୁଇ ହସ୍ତ ଓ ଦୁଇ ପାଦ ଘେନି ଅନ; ଅଗ୍ନିରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
|
9. ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭ ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ଘେନି ଅଗ୍ନିମୟ ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
|
10. ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ଵର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ଵର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।
|
12. ତୁମ୍ଭେମାନେ କଅଣ ମନେ କର? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ବଣା ହୋଇଯାଏ, ତେବେ କଅଣ ଅନେଶ୍ଵତକୁ ପର୍ବତରେ ଛାଡ଼ି ସେ ଯାଇ ସେହି ବଣା ହୋଇଥିବା ମେଣ୍ଢାଟି ଖୋଜେ ନାହିଁ?
|
13. ଆଉ ଯଦି ସେ ତାହାକୁ ପାଏ, ତାହା ହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶ୍ଵତଟି ବଣା ହୋଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ ।
|
14. ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ ।
|
15. ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇକି ଲାଭ କଲ ।
|
16. କିନ୍ତୁ ଯଦି ସେ ନ ଶୁଣେ, ତାହାହେଲେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣଙ୍କୁ ଘେନିଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।
|
17. ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ତଳୀକି କୁହ, ଆଉ ଯଦି ସେ ମଣ୍ତଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ବିଜାତୀୟ ଓ କରଗ୍ରାହୀ ପରି ହେଉ ।
|
18. ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ଵର୍ଗରେ ସେହିସବୁ ବନ୍ଦ ରହିବ,ପୁଣି ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ଵର୍ଗରେ ସେହିସବୁ ମୁକ୍ତ ରହିବ ।
|
19. ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟରେ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ଵର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ ।
|
20. କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋʼ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି ।
|
21. ସେତେବେଳେ ପିତର ତାହାଙ୍କ ପାଖକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋʼ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି?
|
22. କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାକୁ କହିଲେ, ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁନାହିଁ, ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ ।
|
25. କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲାପିଲି ଓ ସର୍ବସ୍ଵ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ ।
|
26. ତେଣୁ ସେହି ଦାସ ତାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ଆପଣ ମୋʼ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ସବୁ ପରିଶୋଧ କରିଦେବି ।
|
28. କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ ।
|
29. ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ଆପଣ ମୋʼ ବିଷୟରେ ଧୈର୍ଯ୍ୟଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି ।
|
31. ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟ; ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ ।
|
32. ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ, ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି;
|
34. ଆଉ, ତାହାର ପ୍ରଭୁ କ୍ରୁଦ୍ଧ ହୋଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହସ୍ତରେ ସମର୍ପଣ କଲେ ।
|
35. ତୁମ୍ଭେମାନେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକି କ୍ଷମା ନ କର, ତାହାହେଲେ ମୋହର ସ୍ଵର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ ।
|