ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ଵସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ ।
2. ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ ।
3. ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି ।
4. ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି ।
5. ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛିନ୍ତ ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି ।
6. ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି । [ସେଲା
7. ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ଵର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି ।
8. ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ ।
9. ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ ।
10. ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ଵରନ୍ତ ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ ।
11. ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର;
12. ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ ।

Notes

No Verse Added

Total 150 Chapters, Current Chapter 143 of Total Chapters 150
ଗୀତସଂହିତା 143:16
1. ଦାଉଦଙ୍କର ଗୀତ ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ଵସ୍ତତା ଧର୍ମରେ ମୋତେ ଉତ୍ତର ଦିଅ
2. ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ
3. ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି
4. ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି
5. ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛିନ୍ତ ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି
6. ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି ସେଲା
7. ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ଵର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି
8. ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ
9. ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ
10. ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ଵରନ୍ତ ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ
11. ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର;
12. ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ
Total 150 Chapters, Current Chapter 143 of Total Chapters 150
×

Alert

×

oriya Letters Keypad References