ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର ।
2. ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ଵରଙ୍କର ପ୍ରଶଂସାଗାନ କରିବି ।
3. ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ ।
4. ତାହାର ନିଃଶ୍ଵାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏନ୍ତ ସେହି ଦିନ ତାହାର ସଙ୍କଳ୍ପସବୁ ନଷ୍ଟ ହୁଏ ।
5. ଯାକୁବର ପରମେଶ୍ଵର ଯାହାର ସାହାଯ୍ୟ ସ୍ଵରୂପ, ସଦାପ୍ରଭୁ ଆପଣା ପରମେଶ୍ଵର ଯାହାର ଆଶାଭୂମି, ସେ ଲୋକ ଧନ୍ୟନ୍ତ
6. ସେ ଆକାଶମଣ୍ତଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;
7. ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି ।
8. ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତିନ୍ତ ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି ।
9. ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି ।
10. ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ଵର ସକଳ ପୁରୁଷା-ନୁକ୍ରମରେ ରାଜ୍ୟ କରିବେ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।

Notes

No Verse Added

Total 150 Chapters, Current Chapter 146 of Total Chapters 150
ଗୀତସଂହିତା 146:8
1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର
2. ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ଵରଙ୍କର ପ୍ରଶଂସାଗାନ କରିବି
3. ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ
4. ତାହାର ନିଃଶ୍ଵାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏନ୍ତ ସେହି ଦିନ ତାହାର ସଙ୍କଳ୍ପସବୁ ନଷ୍ଟ ହୁଏ
5. ଯାକୁବର ପରମେଶ୍ଵର ଯାହାର ସାହାଯ୍ୟ ସ୍ଵରୂପ, ସଦାପ୍ରଭୁ ଆପଣା ପରମେଶ୍ଵର ଯାହାର ଆଶାଭୂମି, ସେ ଲୋକ ଧନ୍ୟନ୍ତ
6. ସେ ଆକାଶମଣ୍ତଳ ପୃଥିବୀ, ସମୁଦ୍ର ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;
7. ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି
8. ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତିନ୍ତ ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି
9. ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି
10. ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ଵର ସକଳ ପୁରୁଷା-ନୁକ୍ରମରେ ରାଜ୍ୟ କରିବେ ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର
Total 150 Chapters, Current Chapter 146 of Total Chapters 150
×

Alert

×

oriya Letters Keypad References