ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ । ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମଣ!
2. ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ଵରଙ୍କ ନିମନ୍ତେ ଡକା ଛାଡ଼ଇ ।
3. ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ଵର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
4. ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ । [ସେଲା
5. ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ ।
6. ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ ।
7. ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି ।
8. ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ଵର, କର୍ଣ୍ଣପାତ କର । [ସେଲା
9. ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପରମେଶ୍ଵର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ ।
10. କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ଵୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ଵରଙ୍କ ଗୃହରେ ଦ୍ଵାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ ।
11. କାରଣ ସଦାପ୍ରଭୁ ପରମେଶ୍ଵର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ ।
12. ହେ ସୈନ୍ୟାଧିପତି ପରମେଶ୍ଵର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ ।

Notes

No Verse Added

Total 150 Chapters, Current Chapter 84 of Total Chapters 150
ଗୀତସଂହିତା 84
1. ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମଣ!
2. ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଶରୀର ଜୀବିତ ପରମେଶ୍ଵରଙ୍କ ନିମନ୍ତେ ଡକା ଛାଡ଼ଇ
3. ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ମୋହର ପରମେଶ୍ଵର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
4. ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ ସେଲା
5. ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ
6. ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ
7. ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି
8. ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ଵର, କର୍ଣ୍ଣପାତ କର ସେଲା
9. ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପରମେଶ୍ଵର, ଦୃଷ୍ଟିପାତ କର ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ
10. କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ଵୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ଵରଙ୍କ ଗୃହରେ ଦ୍ଵାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ
11. କାରଣ ସଦାପ୍ରଭୁ ପରମେଶ୍ଵର ସୂର୍ଯ୍ୟ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ
12. ହେ ସୈନ୍ୟାଧିପତି ପରମେଶ୍ଵର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ
Total 150 Chapters, Current Chapter 84 of Total Chapters 150
×

Alert

×

oriya Letters Keypad References