1. ଗୀତ: ବିଶ୍ରାମବାର ନିମିତ୍ତକ ଗୀତ । ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
|
4. ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ଵନି କରିବି ।
|
7. ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ ।
|
9. କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ ।
|
11. ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି ।
|
13. ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ ।
|
15. ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ ।
|