ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ପ୍ରଥମ ବଂଶାବଳୀ
1. ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତି- ମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ଵାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି ଆପଣା ଆପଣା ସେବାନୁସାରେ କର୍ମକାରୀ-ମାନଙ୍କ ସଂଖ୍ୟା ଏହି ।
2. ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର୍ ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।
3. ଯିଦୂଥୂନର କଥା; ଯିଦୂଥୂନର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାୟାହ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନର ହସ୍ତାଧୀନରେ ବୀଣା ଦ୍ଵାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।
4. ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ୍, ଶବୂୟେଲ୍ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍;
5. ଏସମସ୍ତେ ଶୃଙ୍ଗଧ୍ଵନି କରିବା ନିମନ୍ତେ ପରମେଶ୍ଵରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ । ପରମେଶ୍ଵର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ ।
6. ଏସମସ୍ତେ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ଵାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ ।
7. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ ।
8. ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ ।
9. ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ଵିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ ।
10. ତୃତୀୟ ସକ୍କୁର୍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ।
11. ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
12. ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ।
13. ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ।
14. ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ।
15. ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
16. ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ।
17. ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
18. ଏକାଦଶ ଅସାରେଲ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
19. ଦ୍ଵାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
20. ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
21. ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
22. ପଞ୍ଚଦଶ ପାଇଁ ଯିରେମୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
23. ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
24. ସପ୍ତଦଶ ପାଇଁ ଯଶ୍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
25. ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
26. ଊନବିଂଶ ପାଇଁ ମଲ୍ଲେଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
27. ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
28. ଏକବିଂଶ ପାଇଁ ହୋଥୀର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
29. ଦ୍ଵାବିଂଶ ପାଇଁ ଗିଦ୍ଦଲ୍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
30. ତ୍ରୟୋବିଂଶ ପାଇଁ ମହସୀୟୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
31. ଚତୁର୍ବିଂଶ ପାଇଁ ରୋମାମ୍ତି-ଏଷର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 25 / 29
1 ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତି- ମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ଵାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି ଆପଣା ଆପଣା ସେବାନୁସାରେ କର୍ମକାରୀ-ମାନଙ୍କ ସଂଖ୍ୟା ଏହି । 2 ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର୍ ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ । 3 ଯିଦୂଥୂନର କଥା; ଯିଦୂଥୂନର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାୟାହ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନର ହସ୍ତାଧୀନରେ ବୀଣା ଦ୍ଵାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ । 4 ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ୍, ଶବୂୟେଲ୍ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍; 5 ଏସମସ୍ତେ ଶୃଙ୍ଗଧ୍ଵନି କରିବା ନିମନ୍ତେ ପରମେଶ୍ଵରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ । ପରମେଶ୍ଵର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ । 6 ଏସମସ୍ତେ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ଵାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ ।
7 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ ।
8 ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ । 9 ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ଵିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ । 10 ତୃତୀୟ ସକ୍କୁର୍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । 11 ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 12 ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । 13 ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । 14 ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । 15 ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 16 ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ । 17 ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 18 ଏକାଦଶ ଅସାରେଲ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 19 ଦ୍ଵାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 20 ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 21 ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 22 ପଞ୍ଚଦଶ ପାଇଁ ଯିରେମୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 23 ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 24 ସପ୍ତଦଶ ପାଇଁ ଯଶ୍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 25 ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 26 ଊନବିଂଶ ପାଇଁ ମଲ୍ଲେଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 27 ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 28 ଏକବିଂଶ ପାଇଁ ହୋଥୀର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 29 ଦ୍ଵାବିଂଶ ପାଇଁ ଗିଦ୍ଦଲ୍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 30 ତ୍ରୟୋବିଂଶ ପାଇଁ ମହସୀୟୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 31 ଚତୁର୍ବିଂଶ ପାଇଁ ରୋମାମ୍ତି-ଏଷର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ ।
Total 29 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 25 / 29
×

Alert

×

Oriya Letters Keypad References