ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିହିଜିକଲ
1. ଅନନ୍ତର ଦ୍ଵାଦଶ ବର୍ଷର ଦ୍ଵାଦଶ ମାସ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ଚହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ ।
3. ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ ।
4. ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ି ଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇ ଦେବା ଓ ଆକାଶର ପକ୍ଷୀସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ଵାରା ତୃପ୍ତ କରାଇବା ।
5. ଆମ୍ଭେ ପର୍ବତଗଣର ଉପରେ ତୁମ୍ଭର ମାଂସ ପକାଇବା ଓ ତୁମ୍ଭର ଦୀର୍ଘ ଶବରେ ଉପତ୍ୟକାସକଳ ପୂର୍ଣ୍ଣ କରିବା ।
6. ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭରେ ପରିପୂର୍ଣ୍ଣ ହେବ ।
7. ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ ।
8. ଆକାଶର ସକଳ ଉଜ୍ଜ୍ଵଳ ଜ୍ୟୋତିକି ଆମ୍ଭେ ତୁମ୍ଭ ଉପରେ ଅନ୍ଧକାରମୟ କରିବା ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ସ୍ଥାପନ କରିବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
9. ଆହୁରି ଆମ୍ଭେ ତୁମ୍ଭର ଅଜ୍ଞାତ ଦେଶସମୂହ ପର୍ଯ୍ୟନ୍ତ ନାନା ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟ ବ୍ୟସ୍ତ କରିବା ।
10. ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ଼୍‍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଅନୁକ୍ଷଣ କମ୍ପିତ ହେବେ ।
11. କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ବାବିଲ ରାଜାର ଖଡ଼୍‍ଗ ତୁମ୍ଭକୁ ଆକ୍ରମଣ କରିବ ।
12. ଆମ୍ଭେ ତୁମ୍ଭର ଲୋକାରଣ୍ୟକୁ ବୀରଗଣର ଖଡ଼୍‍ଗ ଦ୍ଵାରା ନିପାତ କରିବା; ସେସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକାରଣ୍ୟସମସ୍ତେ ବିନଷ୍ଟ ହେବେ ।
13. ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ଚହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ ।
14. ସେତେବେଳେ ଆମ୍ଭେ ସେମାନଙ୍କର ଜଳ ନିର୍ମଳ କରିବା ଓ ସେମାନଙ୍କର ନଦୀସମୂହକୁ ତୈଳ ପରି ବହାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
15. ଯେତେବେଳେ ଆମ୍ଭେ ମିସର ଦେଶକୁ ଧ୍ଵଂସସ୍ଥାନ ଓ ଶୂନ୍ୟ କରିବା, ଯହିଁରେ ସେ ପରିପୂର୍ଣ୍ଣ ହୋଇଥିଲା, ସେସବୁ ତହିଁରୁ ରହିତ କରିବା, ଯେତେବେଳେ ଆମ୍ଭେ ତନ୍ନିବାସୀ ସମସ୍ତଙ୍କୁ ଆଘାତ କରିବା, ସେତେବେଳେ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
16. ଏହି ବିଳାପ-ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକାରଣ୍ୟର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
17. ଦ୍ଵାଦଶ ବର୍ଷର, ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
18. ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକାରଣ୍ୟ ବିଷୟରେ ହାହାକାର କର, ପୁଣି ସେମାନଙ୍କୁ, ଅର୍ଥାତ୍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇ ଦିଅ ।
19. ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକଣ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର ।
20. ସେମାନେ ଖଡ଼୍‍ଗ ଦ୍ଵାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ଼୍‍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକାରଣ୍ୟକୁ ଟାଣି ନିଅ ।
21. ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କରିବେ; ସେମାନେ, ଅର୍ଥାତ୍, ଖଡ଼୍‍ଗ ଦ୍ଵାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି ।
22. ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି; ତାହାର କବରସକଳ ତାହାର ଚତୁର୍ଦ୍ଦିଗରେ ଅଛି; ସେମାନେ ସମସ୍ତେ ହତ, ଖଡ଼୍‍ଗ ଦ୍ଵାରା ପତିତ ହୋଇଅଛନ୍ତି;
23. ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ ସେସମସ୍ତେ ହତ, ଖଡ଼୍‍ଗ ଦ୍ଵାରା ପତିତ ହୋଇଅଛନ୍ତି ।
24. ସେସ୍ଥାନରେ ଏଲମ ଓ ତାହାର କବରର ଚତୁର୍ଦ୍ଦିଗରେ ତାହାର ସମସ୍ତ ଲୋକାରଣ୍ୟ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ, ସେସମସ୍ତେ ହତ, ଖଡ଼୍‍ଗ ଦ୍ଵାରା ପତିତ ହୋଇ ଅସୁନ୍ନତ ଅବସ୍ଥାରେ ଅଧୋଭୁବନକୁ ଓହ୍ଲାଇ ଯାଇଅଛନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କ ଅପମାନ ଭୋଗ କରିଅଛନ୍ତି ।
25. ହତ ଲୋକମାନଙ୍କ ମଧ୍ୟରେ ସେମାନେ ତାହାର ଓ ତାହା ସହିତ ତାହାର ସମସ୍ତ ଲୋକାରଣ୍ୟର ଶଯ୍ୟା ପାତିଅଛନ୍ତି, ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ଼୍‍ଗ ଦ୍ଵାରା ପତିତ ହୋଇଅଛନ୍ତି; କାରଣ ସେମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇ ଥିଲେ, ଏବେ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରିଅଛନ୍ତି; ସେ ହତ ଲୋକମାନଙ୍କ ମଧ୍ୟରେ ରଖା ଯାଇଅଛି ।
26. ସେସ୍ଥାନରେ ମେଶକ୍, ତୁବଲ୍ ଓ ତାହାର ସମସ୍ତ ଲୋକାରଣ୍ୟ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ଼୍‍ଗ ଦ୍ଵାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ ।
27. ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ଼୍‍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ ।
28. ମାତ୍ର ତୁମ୍ଭେ ଅସୁନ୍ନତମାନଙ୍କ ମଧ୍ୟରେ ଭଗ୍ନ ହେବ ଓ ଖଡ଼୍‍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ଶୟନ କରିବ ।
29. ସେସ୍ଥାନରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିସକଳ ଅଛନ୍ତି, ସେମାନେ ଆପଣାମାନଙ୍କର ପରାକ୍ରମରେ ଖଡ଼୍‍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ରଖା ଯାଇଅଛନ୍ତି; ସେମାନେ ଅସୁନ୍ନତ ଲୋକମାନଙ୍କ ଓ ଗର୍ତ୍ତଗାମୀମାନଙ୍କ ସହିତ ଶୟନ କରିବେ ।
30. ସେସ୍ଥାନରେ ଉତ୍ତର ଦେଶୀୟ ଅଧିପତିମାନେ, ସେମାନଙ୍କର ସମସ୍ତେ ଓ ଯାବତୀୟ ସୀଦୋନୀୟ ଲୋକ ଅଛନ୍ତି, ସେମାନେ ହତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି; ସେମାନେ ଆପଣାମାନଙ୍କର ପରାକ୍ରମ ଦ୍ଵାରା ଯେଉଁ ଭୟ ଜନ୍ମାଇଲେ, ତହିଁ ବିଷୟରେ ଲଜ୍ଜିତ ହୋଇଅଛନ୍ତି; ଆଉ, ଅସୁନ୍ନତ ଅବସ୍ଥାରେ ସେମାନେ ଖଡ଼୍‍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ଶୟନ କରନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରନ୍ତି ।
31. ଫାରୋ ସେମାନଙ୍କୁ ଦେଖିବ ଓ ଆପଣାର ଲୋକାରଣ୍ୟ ସମସ୍ତର ବିଷୟରେ ସାନ୍ତ୍ଵନା ପାଇବ; ହଁ, ଫାରୋ ଓ ତାହାର ସମସ୍ତ ସୈନ୍ୟ ଖଡ଼୍‍ଗ ଦ୍ଵାରା ହତ ହୋଇଅଛନ୍ତି, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
32. କାରଣ ଆମ୍ଭେ ଜୀବିତମାନଙ୍କ ଦେଶରେ ତାହା ବିଷୟରେ ଭୟ ଜନ୍ମାଇଅଛୁ; ଆଉ ସେ, ଅର୍ଥାତ୍, ଫାରୋ ଓ ତାହାର ଲୋକାରଣ୍ୟ ସମସ୍ତେ ଖଡ଼୍‍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ରଖାଯିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 32 / 48
1 ଅନନ୍ତର ଦ୍ଵାଦଶ ବର୍ଷର ଦ୍ଵାଦଶ ମାସ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ଚହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ । 3 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ । 4 ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ି ଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇ ଦେବା ଓ ଆକାଶର ପକ୍ଷୀସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ଵାରା ତୃପ୍ତ କରାଇବା । 5 ଆମ୍ଭେ ପର୍ବତଗଣର ଉପରେ ତୁମ୍ଭର ମାଂସ ପକାଇବା ଓ ତୁମ୍ଭର ଦୀର୍ଘ ଶବରେ ଉପତ୍ୟକାସକଳ ପୂର୍ଣ୍ଣ କରିବା । 6 ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭରେ ପରିପୂର୍ଣ୍ଣ ହେବ । 7 ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ । 8 ଆକାଶର ସକଳ ଉଜ୍ଜ୍ଵଳ ଜ୍ୟୋତିକି ଆମ୍ଭେ ତୁମ୍ଭ ଉପରେ ଅନ୍ଧକାରମୟ କରିବା ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ସ୍ଥାପନ କରିବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 9 ଆହୁରି ଆମ୍ଭେ ତୁମ୍ଭର ଅଜ୍ଞାତ ଦେଶସମୂହ ପର୍ଯ୍ୟନ୍ତ ନାନା ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟ ବ୍ୟସ୍ତ କରିବା । 10 ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ଼୍‍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଅନୁକ୍ଷଣ କମ୍ପିତ ହେବେ । 11 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ବାବିଲ ରାଜାର ଖଡ଼୍‍ଗ ତୁମ୍ଭକୁ ଆକ୍ରମଣ କରିବ । 12 ଆମ୍ଭେ ତୁମ୍ଭର ଲୋକାରଣ୍ୟକୁ ବୀରଗଣର ଖଡ଼୍‍ଗ ଦ୍ଵାରା ନିପାତ କରିବା; ସେସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକାରଣ୍ୟସମସ୍ତେ ବିନଷ୍ଟ ହେବେ । 13 ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ଚହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ । 14 ସେତେବେଳେ ଆମ୍ଭେ ସେମାନଙ୍କର ଜଳ ନିର୍ମଳ କରିବା ଓ ସେମାନଙ୍କର ନଦୀସମୂହକୁ ତୈଳ ପରି ବହାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 15 ଯେତେବେଳେ ଆମ୍ଭେ ମିସର ଦେଶକୁ ଧ୍ଵଂସସ୍ଥାନ ଓ ଶୂନ୍ୟ କରିବା, ଯହିଁରେ ସେ ପରିପୂର୍ଣ୍ଣ ହୋଇଥିଲା, ସେସବୁ ତହିଁରୁ ରହିତ କରିବା, ଯେତେବେଳେ ଆମ୍ଭେ ତନ୍ନିବାସୀ ସମସ୍ତଙ୍କୁ ଆଘାତ କରିବା, ସେତେବେଳେ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ । 16 ଏହି ବିଳାପ-ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକାରଣ୍ୟର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 17 ଦ୍ଵାଦଶ ବର୍ଷର, ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, 18 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକାରଣ୍ୟ ବିଷୟରେ ହାହାକାର କର, ପୁଣି ସେମାନଙ୍କୁ, ଅର୍ଥାତ୍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇ ଦିଅ । 19 ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକଣ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର । 20 ସେମାନେ ଖଡ଼୍‍ଗ ଦ୍ଵାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ଼୍‍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକାରଣ୍ୟକୁ ଟାଣି ନିଅ । 21 ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କରିବେ; ସେମାନେ, ଅର୍ଥାତ୍, ଖଡ଼୍‍ଗ ଦ୍ଵାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି । 22 ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି; ତାହାର କବରସକଳ ତାହାର ଚତୁର୍ଦ୍ଦିଗରେ ଅଛି; ସେମାନେ ସମସ୍ତେ ହତ, ଖଡ଼୍‍ଗ ଦ୍ଵାରା ପତିତ ହୋଇଅଛନ୍ତି; 23 ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ ସେସମସ୍ତେ ହତ, ଖଡ଼୍‍ଗ ଦ୍ଵାରା ପତିତ ହୋଇଅଛନ୍ତି । 24 ସେସ୍ଥାନରେ ଏଲମ ଓ ତାହାର କବରର ଚତୁର୍ଦ୍ଦିଗରେ ତାହାର ସମସ୍ତ ଲୋକାରଣ୍ୟ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ, ସେସମସ୍ତେ ହତ, ଖଡ଼୍‍ଗ ଦ୍ଵାରା ପତିତ ହୋଇ ଅସୁନ୍ନତ ଅବସ୍ଥାରେ ଅଧୋଭୁବନକୁ ଓହ୍ଲାଇ ଯାଇଅଛନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କ ଅପମାନ ଭୋଗ କରିଅଛନ୍ତି । 25 ହତ ଲୋକମାନଙ୍କ ମଧ୍ୟରେ ସେମାନେ ତାହାର ଓ ତାହା ସହିତ ତାହାର ସମସ୍ତ ଲୋକାରଣ୍ୟର ଶଯ୍ୟା ପାତିଅଛନ୍ତି, ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ଼୍‍ଗ ଦ୍ଵାରା ପତିତ ହୋଇଅଛନ୍ତି; କାରଣ ସେମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇ ଥିଲେ, ଏବେ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରିଅଛନ୍ତି; ସେ ହତ ଲୋକମାନଙ୍କ ମଧ୍ୟରେ ରଖା ଯାଇଅଛି । 26 ସେସ୍ଥାନରେ ମେଶକ୍, ତୁବଲ୍ ଓ ତାହାର ସମସ୍ତ ଲୋକାରଣ୍ୟ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ଼୍‍ଗ ଦ୍ଵାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ । 27 ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ଼୍‍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ । 28 ମାତ୍ର ତୁମ୍ଭେ ଅସୁନ୍ନତମାନଙ୍କ ମଧ୍ୟରେ ଭଗ୍ନ ହେବ ଓ ଖଡ଼୍‍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ଶୟନ କରିବ । 29 ସେସ୍ଥାନରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିସକଳ ଅଛନ୍ତି, ସେମାନେ ଆପଣାମାନଙ୍କର ପରାକ୍ରମରେ ଖଡ଼୍‍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ରଖା ଯାଇଅଛନ୍ତି; ସେମାନେ ଅସୁନ୍ନତ ଲୋକମାନଙ୍କ ଓ ଗର୍ତ୍ତଗାମୀମାନଙ୍କ ସହିତ ଶୟନ କରିବେ । 30 ସେସ୍ଥାନରେ ଉତ୍ତର ଦେଶୀୟ ଅଧିପତିମାନେ, ସେମାନଙ୍କର ସମସ୍ତେ ଓ ଯାବତୀୟ ସୀଦୋନୀୟ ଲୋକ ଅଛନ୍ତି, ସେମାନେ ହତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି; ସେମାନେ ଆପଣାମାନଙ୍କର ପରାକ୍ରମ ଦ୍ଵାରା ଯେଉଁ ଭୟ ଜନ୍ମାଇଲେ, ତହିଁ ବିଷୟରେ ଲଜ୍ଜିତ ହୋଇଅଛନ୍ତି; ଆଉ, ଅସୁନ୍ନତ ଅବସ୍ଥାରେ ସେମାନେ ଖଡ଼୍‍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ଶୟନ କରନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରନ୍ତି । 31 ଫାରୋ ସେମାନଙ୍କୁ ଦେଖିବ ଓ ଆପଣାର ଲୋକାରଣ୍ୟ ସମସ୍ତର ବିଷୟରେ ସାନ୍ତ୍ଵନା ପାଇବ; ହଁ, ଫାରୋ ଓ ତାହାର ସମସ୍ତ ସୈନ୍ୟ ଖଡ଼୍‍ଗ ଦ୍ଵାରା ହତ ହୋଇଅଛନ୍ତି, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 32 କାରଣ ଆମ୍ଭେ ଜୀବିତମାନଙ୍କ ଦେଶରେ ତାହା ବିଷୟରେ ଭୟ ଜନ୍ମାଇଅଛୁ; ଆଉ ସେ, ଅର୍ଥାତ୍, ଫାରୋ ଓ ତାହାର ଲୋକାରଣ୍ୟ ସମସ୍ତେ ଖଡ଼୍‍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ରଖାଯିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Total 48 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 32 / 48
×

Alert

×

Oriya Letters Keypad References