ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏଜ୍ରା
1. ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,
2. ପୀନହସ୍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ୍; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍ ।
3. ପରିୟୋଗର ସନ୍ତାନଗଣ ମଧ୍ୟରୁ; ଶଖନୀୟର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଏ ପୁରୁଷମାନଙ୍କ ବଂଶାବଳୀ-କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ ।
4. ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋ-ଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ ।
5. ଯାଟୁର ସନ୍ତାନଗଣ ମଧ୍ୟରୁ ଯହସୀୟେଲର ପୁତ୍ର ଶଖନୀୟ; ତାହା ସଙ୍ଗେ ତିନି ଶହ ପୁରୁଷ ।
6. ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍ ଓ ତାହା ସଙ୍ଗେ ପଚାଶ ପୁରୁଷ ।
7. ପୁଣି, ଏଲମର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ ।
8. ଆଉ, ଶଫଟୀୟର ସନ୍ତାନଗଣ ମଧ୍ୟରୁ ମୀଖାୟେଲର ପୁତ୍ର ସବଦୀୟ ଓ ତାହା ସଙ୍ଗେ ଅଶୀ ପୁରୁଷ ।
9. ଯୋୟାବର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଓବଦୀୟ ଓ ତାହା ସଙ୍ଗେ ଦୁଇ ଶହ ଅଠର ପୁରୁଷ ।
10. ଆଉ, ଶଲୋମୀତର ସନ୍ତାନଗଣ ମଧ୍ୟରୁ ଯୋଷିଫୀୟର ପୁତ୍ର ଓ ତାହା ସଙ୍ଗେ ଏକ ଶହ ଷାଠିଏ ପୁରୁଷ ।
11. ପୁଣି, ବେବୟର ସନ୍ତାନଗଣ ମଧ୍ୟରୁ ବେବୟର ପୁତ୍ର ଜିଖରୀୟ ଓ ତାଙ୍କ ସଙ୍ଗେ ଅଠାଇଶ ପୁରୁଷ ।
12. ଅସ୍ଗଦର ସନ୍ତାନଗଣ ମଧ୍ୟରୁ ହକାଟନର ପୁତ୍ର ଯୋହାନନ୍ ଓ ତାହା ସଙ୍ଗେ ଏକ ଶହ ଦଶ ପୁରୁଷ ।
13. ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍, ଯିୟୂୟେଲ୍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ ।
14. ଆଉ, ବିଗ୍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସବୂଦ୍ ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ ।
15. ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ ।
16. ତେବେ ମୁଁ ଇଲୀୟେଷର, ଅରୀୟେଲ, ଶମୟୀୟ ଓ ଇଲ୍ନାଥନ୍ ଓ ଯାରିବ୍ ଓ ଇଲ୍ନାଥନ୍ ଓ ନାଥନ୍ ଓ ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି ।
17. ଏଉତ୍ତାରେ ମୁଁ ସେମାନଙ୍କୁ କାସିଫିଆ ନାମକ ସ୍ଥାନର ପ୍ରଧାନ ଲୋକ ଇଦ୍ଦୋ ନିକଟକୁ ପଠାଇଲି; ପୁଣି, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଚାରକମାନଙ୍କୁ ଆଣ ବୋଲି କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତାହାର ଭ୍ରାତୃଗଣ ନଥୀନୀୟମାନଙ୍କୁ କହିବା ପାଇଁ ମୁଁ ସେମାନଙ୍କୁ ଆଦେଶ କଲି ।
18. ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ;
19. ଆଉ, ହଶବୀୟ ଓ ତାହା ସଙ୍ଗେ ମରାରି-ସନ୍ତାନଗଣ ମଧ୍ୟରୁ ଯିଶାୟାହ, ତାହାର ଭ୍ରାତୃଗଣ ଓ ସେମାନଙ୍କ ପୁତ୍ରଗଣ ସମେତ କୋଡ଼ିଏ ଜଣକୁ;
20. ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟ-ମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା ।
21. ଏଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ⇧ ।
22. କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ-କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ଵାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି⇧, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି, ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ ।
23. ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ ।
24. ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ୍ କଲି;
25. ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସବୁ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;
26. ମୁଁ ସେମାନଙ୍କ ହସ୍ତରେ ଛଅ ଶହ ପଚାଶ ତାଳ; ରୂପା ଓ ଶହେ ତାଳ; ରୌପ୍ୟମୟ ପାତ୍ର; ଶହେ ତାଳ; ସୁନା;
27. ଏକ ହଜାର ଡାରିକ୍ ମୂଲ୍ୟର କୋଡ଼ିଏ ସ୍ଵର୍ଣ୍ଣମୟ ପାତ୍ର, ପୁଣି ସ୍ଵର୍ଣ୍ଣ ତୁଲ୍ୟ ବହୁମୁଲ୍ୟ, ଉତ୍ତମ ଉଜ୍ଜ୍ଵଳ ପିତ୍ତଳର ଦୁଇ ପାତ୍ର ତୌଲି ଦେଲି ।
28. ପୁଣି, ମୁଁ ସେମାନଙ୍କୁ କହିଲି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଓ ପାତ୍ରସବୁ ପବିତ୍ର; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ ଉପହାର ଅଟେ ।
29. ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗରଣଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ-ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର ।
30. ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ ।
31. ଅନନ୍ତର ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ଵାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ଵରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ ।
32. ତହିଁରେ ଆମ୍ଭେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ ।
33. ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;
34. ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁ ଓଜନ ଲେଖାଗଲା ।
35. ନିର୍ବାସନରୁ ଆଗତ ବନ୍ଦୀତ୍ଵର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା ।
36. ଏଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ଵରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ ।

Notes

No Verse Added

Total 10 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 10
1 2 3 4 5 6 7 8 9 10
ଏଜ୍ରା 8
1 ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା, 2 ପୀନହସ୍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ୍; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍ । 3 ପରିୟୋଗର ସନ୍ତାନଗଣ ମଧ୍ୟରୁ; ଶଖନୀୟର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଏ ପୁରୁଷମାନଙ୍କ ବଂଶାବଳୀ-କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ । 4 ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋ-ଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ । 5 ଯାଟୁର ସନ୍ତାନଗଣ ମଧ୍ୟରୁ ଯହସୀୟେଲର ପୁତ୍ର ଶଖନୀୟ; ତାହା ସଙ୍ଗେ ତିନି ଶହ ପୁରୁଷ । 6 ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍ ଓ ତାହା ସଙ୍ଗେ ପଚାଶ ପୁରୁଷ । 7 ପୁଣି, ଏଲମର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ । 8 ଆଉ, ଶଫଟୀୟର ସନ୍ତାନଗଣ ମଧ୍ୟରୁ ମୀଖାୟେଲର ପୁତ୍ର ସବଦୀୟ ଓ ତାହା ସଙ୍ଗେ ଅଶୀ ପୁରୁଷ । 9 ଯୋୟାବର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଓବଦୀୟ ଓ ତାହା ସଙ୍ଗେ ଦୁଇ ଶହ ଅଠର ପୁରୁଷ । 10 ଆଉ, ଶଲୋମୀତର ସନ୍ତାନଗଣ ମଧ୍ୟରୁ ଯୋଷିଫୀୟର ପୁତ୍ର ଓ ତାହା ସଙ୍ଗେ ଏକ ଶହ ଷାଠିଏ ପୁରୁଷ । 11 ପୁଣି, ବେବୟର ସନ୍ତାନଗଣ ମଧ୍ୟରୁ ବେବୟର ପୁତ୍ର ଜିଖରୀୟ ଓ ତାଙ୍କ ସଙ୍ଗେ ଅଠାଇଶ ପୁରୁଷ । 12 ଅସ୍ଗଦର ସନ୍ତାନଗଣ ମଧ୍ୟରୁ ହକାଟନର ପୁତ୍ର ଯୋହାନନ୍ ଓ ତାହା ସଙ୍ଗେ ଏକ ଶହ ଦଶ ପୁରୁଷ । 13 ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍, ଯିୟୂୟେଲ୍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ । 14 ଆଉ, ବିଗ୍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସବୂଦ୍ ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ । 15 ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ । 16 ତେବେ ମୁଁ ଇଲୀୟେଷର, ଅରୀୟେଲ, ଶମୟୀୟ ଓ ଇଲ୍ନାଥନ୍ ଓ ଯାରିବ୍ ଓ ଇଲ୍ନାଥନ୍ ଓ ନାଥନ୍ ଓ ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି । 17 ଏଉତ୍ତାରେ ମୁଁ ସେମାନଙ୍କୁ କାସିଫିଆ ନାମକ ସ୍ଥାନର ପ୍ରଧାନ ଲୋକ ଇଦ୍ଦୋ ନିକଟକୁ ପଠାଇଲି; ପୁଣି, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଚାରକମାନଙ୍କୁ ଆଣ ବୋଲି କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତାହାର ଭ୍ରାତୃଗଣ ନଥୀନୀୟମାନଙ୍କୁ କହିବା ପାଇଁ ମୁଁ ସେମାନଙ୍କୁ ଆଦେଶ କଲି । 18 ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ; 19 ଆଉ, ହଶବୀୟ ଓ ତାହା ସଙ୍ଗେ ମରାରି-ସନ୍ତାନଗଣ ମଧ୍ୟରୁ ଯିଶାୟାହ, ତାହାର ଭ୍ରାତୃଗଣ ଓ ସେମାନଙ୍କ ପୁତ୍ରଗଣ ସମେତ କୋଡ଼ିଏ ଜଣକୁ; 20 ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟ-ମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା । 21 ଏଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ⇧ । 22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ-କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ଵାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି⇧, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି, ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ । 23 ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ । 24 ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ୍ କଲି; 25 ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସବୁ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି; 26 ମୁଁ ସେମାନଙ୍କ ହସ୍ତରେ ଛଅ ଶହ ପଚାଶ ତାଳ; ରୂପା ଓ ଶହେ ତାଳ; ରୌପ୍ୟମୟ ପାତ୍ର; ଶହେ ତାଳ; ସୁନା; 27 ଏକ ହଜାର ଡାରିକ୍ ମୂଲ୍ୟର କୋଡ଼ିଏ ସ୍ଵର୍ଣ୍ଣମୟ ପାତ୍ର, ପୁଣି ସ୍ଵର୍ଣ୍ଣ ତୁଲ୍ୟ ବହୁମୁଲ୍ୟ, ଉତ୍ତମ ଉଜ୍ଜ୍ଵଳ ପିତ୍ତଳର ଦୁଇ ପାତ୍ର ତୌଲି ଦେଲି । 28 ପୁଣି, ମୁଁ ସେମାନଙ୍କୁ କହିଲି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଓ ପାତ୍ରସବୁ ପବିତ୍ର; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ ଉପହାର ଅଟେ । 29 ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗରଣଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ-ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର । 30 ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ । 31 ଅନନ୍ତର ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ଵାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ଵରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ । 32 ତହିଁରେ ଆମ୍ଭେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ । 33 ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ; 34 ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁ ଓଜନ ଲେଖାଗଲା । 35 ନିର୍ବାସନରୁ ଆଗତ ବନ୍ଦୀତ୍ଵର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା । 36 ଏଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ଵରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ ।
Total 10 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 10
1 2 3 4 5 6 7 8 9 10
Common Bible Languages
West Indian Languages
×

Alert

×

oriya Letters Keypad References