ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ଦାମାସ୍କସ୍ (ଦମ୍ମେଶକ) ବିଷୟକ ଭାରୋକ୍ତି । ଦେଖ, ଦାମାସ୍କସ୍ (ଦମ୍ମେଶକ) ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ ।
2. ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ ।
3. ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦାମାସ୍କସ୍ରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେସବୁ ଇସ୍ରାଏଲ ସନ୍ତାନଗଣର ଗୌରବ ତୁଲ୍ୟ ହେବ ।
4. ଆଉ, ସେଦିନରେ ଯାକୁବର ଗୌରବ ପାତଳ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;
5. ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟିମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେପରି ହେବ ।
6. ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ, ସେପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି ।
7. ସେଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ଵରୂପଙ୍କ ପ୍ରତି ଦୃଷ୍ଟି ରଖିବ ।
8. ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ ।
9. ସେଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ ସନ୍ତାନ-ଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ ।
10. କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ଵରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ଵରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;
11. ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ ।
12. ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ଵନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!
13. ନାନା ଦେଶୀୟଗଣ, ମହା ଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ତ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ ।
14. ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି । ଆମ୍ଭମାନଙ୍କ ଲୁଟକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି ।

Notes

No Verse Added

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 66
ଯିଶାଇୟ 17:8
1 ଦାମାସ୍କସ୍ (ଦମ୍ମେଶକ) ବିଷୟକ ଭାରୋକ୍ତି । ଦେଖ, ଦାମାସ୍କସ୍ (ଦମ୍ମେଶକ) ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ । 2 ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ । 3 ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦାମାସ୍କସ୍ରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେସବୁ ଇସ୍ରାଏଲ ସନ୍ତାନଗଣର ଗୌରବ ତୁଲ୍ୟ ହେବ । 4 ଆଉ, ସେଦିନରେ ଯାକୁବର ଗୌରବ ପାତଳ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ; 5 ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟିମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେପରି ହେବ । 6 ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ, ସେପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି । 7 ସେଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ଵରୂପଙ୍କ ପ୍ରତି ଦୃଷ୍ଟି ରଖିବ । 8 ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ । 9 ସେଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ ସନ୍ତାନ-ଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ । 10 କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ଵରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ଵରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ; 11 ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ । 12 ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ଵନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି! 13 ନାନା ଦେଶୀୟଗଣ, ମହା ଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ତ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ । 14 ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି । ଆମ୍ଭମାନଙ୍କ ଲୁଟକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 17 / 66
Common Bible Languages
West Indian Languages
×

Alert

×

oriya Letters Keypad References