1. ହେ ମୋହର ପୁତ୍ର, ତୁମ୍ଭେ ଯେବେ ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ;
2. ଯେବେ ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର;
3. ହଁ, ଯେବେ ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ଵର କର;
4. ଯେବେ ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ଵେଷଣ କରନ୍ତ
5. ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ଵରଙ୍କ ବିଷୟକ ତତ୍ତ୍ଵଜ୍ଞାନ ପାଇବ ।
6. ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ ।
7. ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ଵଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ଵରୂପ ଅଟନ୍ତି ।
8. ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ ।
9. ତହୁଁ ତୁମ୍ଭେ ଧାର୍ମିକତା ଓ ସୁବିଚାର ଓ ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ ।
10. କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
11. ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ ।
12. ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
13. ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;
14. ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
15. ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ ।
16. ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ଵରଙ୍କ ନିୟମ ପାସୋରେ ହିତୋ. ୫:୩
17. ଯାହାର ଗୃହ ମୃତ୍ୟୁଆଡ଼େ
18. ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,
19. ଏପରି ପରକୀୟା ସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ ।
20. ଏନିମନ୍ତେ ତୁମ୍ଭେ ସତ୍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ଵନ କର,
21. ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି ସାଧୁମାନେ ତହିଁରେ ସୁସ୍ଥିର ରହିବେ ।
22. ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ଵାସଘାତକମାନେ ତହିଁରୁ ଉତ୍ପାଟିତ ହେବେ ।