1. ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି ।
2. ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
3. ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ ।
4. ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ଵରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ ।
5. କର୍ମଶୀଳର ସଙ୍କଳ୍ପରୁ କେବଳ ପ୍ରଚୁରତା ଜନ୍ମେ; ମାତ୍ର ପ୍ରତ୍ୟେକ ହଠାତ୍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ ।
6. ମିଥ୍ୟାବାଦୀ ଓଷ୍ଠ ଦ୍ଵାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ଵେଷଣ କରନ୍ତି, ସେମାନେ ମୃତ୍ୟୁ ଅନ୍ଵେଷଣ କରନ୍ତି ।
7. ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି ।
8. ଦୋଷରେ ଭାରାକ୍ରା; ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ ।
9. କଳିହୁଡ଼ି ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ ।
10. ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ ।
11. ନିନ୍ଦକକୁ ଦଣ୍ତ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନକୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ ।
12. ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ ।
13. ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ ।
14. ଗୁପ୍ତରେ ଦାନ ଦେଲେ କ୍ରୋଧ ଶା; ହୁଏ, ପୁଣି ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ତ କୋପ ଶା; କରେ ।
15. ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ ।
16. ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ ।
17. ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ ।
18. ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ଵରୂପ; ପୁଣି, ବିଶ୍ଵାସଘାତକ ସରଳ ଲୋକଙ୍କର ବଦଳି ସ୍ଵରୂପ ।
19. କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ ।
20. ଜ୍ଞାନବାନର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ ।
21. ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ ।
22. ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି ତହିଁର ସାହସଦାୟୀ ବଳ ତଳକୁ ଆଣେ ।
23. ଯେ ଆପଣା ମୁଖ ଓ ଜିହ୍ଵା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ ।
24. ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ ।
25. ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ ।
26. କେହି କେହି ଦିନଯାକ ଅତ୍ୟ; ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ ।
27. ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ ।
28. ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ତ୍ୟ କଥା କହିବ ।
29. ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ ।
30. ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ ।
31. ଯୁଦ୍ଧ ଦିନ ପାଇଁ ଅଶ୍ଵ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ ।