ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ ।
2. ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଙ୍କଳ୍ପ ବୁଝୁଅଛ ।
3. ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ ।
4. କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ଵାରେ ନାହିଁ ।
5. ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ ।
6. ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ ।
7. ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି?
8. ଯେବେ ମୁଁ ସ୍ଵର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ । ଯେବେ ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ
9. ଯେବେ ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରା; ସୀମାରେ ବାସ କରେ;
10. ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ ।
11. ଯେବେ ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ;
12. ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ ।
13. କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ ।
14. ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୋʼ ପ୍ରାଣ ଭଲ ରୂପେ ଜାଣେ ।
15. ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା ।
16. ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ତ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା ।
17. ହେ ପରମେଶ୍ଵର, ଆହୁରି ତୁମ୍ଭର ସଙ୍କଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ!
18. ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ ।
19. ହେ ପରମେଶ୍ଵର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ରକ୍ତ-ପିପାସୁ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ ।
20. କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି ।
21. ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ?
22. ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ ।
23. ହେ ପରମେଶ୍ଵର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଙ୍କଳ୍ପସବୁ ଜ୍ଞାତ ହୁଅ;
24. ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ମାର୍ଗ ଅଛି କି ନାହିଁ, ଏହା ଦେଖ, ପୁଣି ଅନ; ପଥରେ ମୋତେ ଗମନ କରାଅ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 139 / 150
ଗୀତସଂହିତା 139:136
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ । 2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଙ୍କଳ୍ପ ବୁଝୁଅଛ । 3 ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ । 4 କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ଵାରେ ନାହିଁ । 5 ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ । 6 ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ । 7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି? 8 ଯେବେ ମୁଁ ସ୍ଵର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ । ଯେବେ ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ 9 ଯେବେ ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରା; ସୀମାରେ ବାସ କରେ; 10 ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ । 11 ଯେବେ ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ; 12 ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ । 13 କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ । 14 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୋʼ ପ୍ରାଣ ଭଲ ରୂପେ ଜାଣେ । 15 ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା । 16 ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ତ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା । 17 ହେ ପରମେଶ୍ଵର, ଆହୁରି ତୁମ୍ଭର ସଙ୍କଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ! 18 ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ । 19 ହେ ପରମେଶ୍ଵର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ରକ୍ତ-ପିପାସୁ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ । 20 କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି । 21 ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ? 22 ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ । 23 ହେ ପରମେଶ୍ଵର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଙ୍କଳ୍ପସବୁ ଜ୍ଞାତ ହୁଅ; 24 ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ମାର୍ଗ ଅଛି କି ନାହିଁ, ଏହା ଦେଖ, ପୁଣି ଅନ; ପଥରେ ମୋତେ ଗମନ କରାଅ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 139 / 150
Common Bible Languages
West Indian Languages
×

Alert

×

oriya Letters Keypad References