ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଆକାଶମଣ୍ତଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ତଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ ।
2. ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ ।
3. କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ ।
4. ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ । ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
5. ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ ।
6. ଆକାଶମଣ୍ତଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରା; ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ ।
7. ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ଵାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
8. ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ ।
9. ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ । ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ ।
10. ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ ।
11. ଆହୁରି, ତଦ୍ଦ୍ଵାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ ।
12. ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର ।
13. ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି ମହାପରାଧରୁ ପରିଷ୍କୃତ ହେବି ।
14. ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 150
ଗୀତସଂହିତା 19:49
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଆକାଶମଣ୍ତଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ତଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ । 2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ । 3 କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ । 4 ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ । ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି, 5 ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ । 6 ଆକାଶମଣ୍ତଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରା; ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ । 7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ଵାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ 8 ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ । 9 ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ । ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ । 10 ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ । 11 ଆହୁରି, ତଦ୍ଦ୍ଵାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ । 12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର । 13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି ମହାପରାଧରୁ ପରିଷ୍କୃତ ହେବି । 14 ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 19 / 150
Common Bible Languages
West Indian Languages
×

Alert

×

oriya Letters Keypad References