1. ମାତ୍ର ଏବେ ମୋʼ ଅପେକ୍ଷା ଅଳ୍ପବୟସ୍କ ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି ।
|
3. ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି ।
|
5. ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେପରି ସେମାନଙ୍କ ପଛରେ ଡାକ ପକାନ୍ତି ।
|
10. ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ ।
|
12. ଇତର ଲୋକମାନେ ମୋʼ ଡାହାଣରେ ଉଠନ୍ତି; ସେମାନେ ମୋʼ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋʼ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି ।
|
13. ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋʼ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି ।
|
15. ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି ।
|
17. ରାତ୍ରିକାଳରେ ମୋହର ଅସ୍ଥିସବୁ ମୋʼ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ ।
|
18. ମୋʼ ରୋଗର ପ୍ରବଳ ଶକ୍ତିରେ ମୋʼ ବସ୍ତ୍ର ବିକୃତ ହୋଇଅଛି; ତାହା ମୋʼ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ ।
|
20. ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦେଉ ନାହିଁ । ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ ।
|
24. ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ ।
|
26. ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା ।
|