ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହୋଶୂୟ
1. ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋ- ଠାରୁ ପର୍ବତମୟ ଦେଶ ଦେଇ ବୈଥେଲକୁ ଊର୍ଦ୍ଧ୍ଵଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା ।
2. ତହୁଁ ସେ ସୀମା ବୈଥେଲଠାରୁ ଲୁସକୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତକୁ ଗଲା;
3. ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବୈଥୋରୋଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା ।
4. ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ ।
5. ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍ ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା ।
6. ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍-ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା ।
7. ପୁଣି ଯାନୋହଠାରୁ ଅଟାରୋତ୍ ଓ ନାରତ୍ ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା ।
8. ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା । ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ।
9. ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା ।
10. ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି ।

Notes

No Verse Added

Total 24 Chapters, Current Chapter 16 of Total Chapters 24
ଯିହୋଶୂୟ 16:8
1. ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋ- ଠାରୁ ପର୍ବତମୟ ଦେଶ ଦେଇ ବୈଥେଲକୁ ଊର୍ଦ୍ଧ୍ଵଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା
2. ତହୁଁ ସେ ସୀମା ବୈଥେଲଠାରୁ ଲୁସକୁ ଗଲା ଅର୍କୀୟ ସୀମା ଦେଇ ଅଟାରୋତକୁ ଗଲା;
3. ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବୈଥୋରୋଣର ସୀମା ଗେଷର ପର୍ଯ୍ୟନ୍ତ ଗଲା ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା
4. ଏହିରୂପେ ଯୋଷେଫର ସନ୍ତାନ ମନଃଶି ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ
5. ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍ ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା
6. ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍-ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା
7. ପୁଣି ଯାନୋହଠାରୁ ଅଟାରୋତ୍ ନାରତ୍ ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା
8. ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନମାନଙ୍କ ବଂଶର ଏହି ଅଧିକାର
9. ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା
10. ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି
Total 24 Chapters, Current Chapter 16 of Total Chapters 24
×

Alert

×

oriya Letters Keypad References