1. ଦାଉଦଙ୍କର ଗୀତ । ମୋହର ଶୈଳ ସ୍ଵରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକି ସଂଗ୍ରାମ ଶିଖାନ୍ତି ।
|
2. ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ମୋʼ ଲୋକମାନଙ୍କୁ ମୋʼ ପଦତଳେ ବଶୀଭୂତ କରନ୍ତି ।
|
3. ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ମନୁଷ୍ୟ-ସନ୍ତାନ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?
|
7. ଊର୍ଦ୍ଧ୍ଵରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ
|
9. ହେ ପରମେଶ୍ଵର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି ।
|
11. ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର ।
|
12. ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନା-ବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
|
13. ଆମ୍ଭମାନଙ୍କ ଭଣ୍ତାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;
|
14. ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ;
|