ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଦାଉଦଙ୍କର ମିକ୍ତାମ୍ (ଗୀତରନି ।) ହେ ପରମେଶ୍ଵର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭର ଶରଣାଗତ ଅଟେ ।
2. ମୁଁ ସଦାପ୍ରଭୁଙ୍କୁ କହିଅଛି, ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ ।
3. ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ ।
4. ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ନାମ ଆପଣା ଓଷ୍ଠାଧରରେ ନେବି ନାହିଁ ।
5. ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ଵରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ ।
6. ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି ।
7. ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ସେ ମୋତେ ମନ୍ତ୍ରଣା ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ ।
8. ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ ।
9. ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ ।
10. କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ ।
11. ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ ।

Notes

No Verse Added

Total 150 Chapters, Current Chapter 16 of Total Chapters 150
ଗୀତସଂହିତା 16:6
1. ଦାଉଦଙ୍କର ମିକ୍ତାମ୍ (ଗୀତରନି ।) ହେ ପରମେଶ୍ଵର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭର ଶରଣାଗତ ଅଟେ
2. ମୁଁ ସଦାପ୍ରଭୁଙ୍କୁ କହିଅଛି, ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ
3. ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ
4. ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ନାମ ଆପଣା ଓଷ୍ଠାଧରରେ ନେବି ନାହିଁ
5. ସଦାପ୍ରଭୁ ମୋହର ଅଧିକାରର ପାନପାତ୍ରର ବାଣ୍ଟ ସ୍ଵରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ
6. ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି
7. ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ସେ ମୋତେ ମନ୍ତ୍ରଣା ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ
8. ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ
9. ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ
10. କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ
11. ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ
Total 150 Chapters, Current Chapter 16 of Total Chapters 150
×

Alert

×

oriya Letters Keypad References