1. ଦାଉଦଙ୍କର ପ୍ରାର୍ଥନା । ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ।
|
3. ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ଵାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁନ୍ତ ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି ।
|
6. ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ଵର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋର କଥା ଶୁଣ ।
|
7. ଆହେ ସ୍ଵଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ଵଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର ।
|
11. ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥାʼନ୍ତି ।
|
13. ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ଼୍ଗ ଦ୍ଵାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର;
|
14. ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ଵାରା ଲୋକମାନଙ୍କ-ଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି ।
|