ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ ପାଇଁ ଦାଉଦଙ୍କର ଗୀତ । ମୁଁ କହିଲି, ମୁଁ ଜିହ୍ଵାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି ।
2. ମୁଁ ମୌନ ଭାବରେ ନୀରବ ରହିଲି, ସତ୍କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;
3. ଅନ୍ତରରେ ମୋହର ହୃଦୟ ଉତ୍ତପ୍ତ ହେଲା; ଭାବୁ ଭାବୁ ଅଗ୍ନି ପ୍ରଜ୍ଵଳିତ ହେଲା; ତେବେ ମୁଁ ଆପଣା ଜିହ୍ଵାରେ କଥା କହିଲି;
4. ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ ।
5. ଦେଖ, ତୁମ୍ଭେ ମୋହର ଦିନକେତେକ ମୁଷ୍ଟିପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତା; ଅସାର । [ସେଲା
6. ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନା-ଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ ।
7. ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି ।
8. ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ ।
9. ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ ।
10. ମୋʼଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି ।
11. ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ଵାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର । [ସେଲା
12. ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ଵରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପିତୃଲୋକଙ୍କ ତୁଲ୍ୟ ପ୍ରବାସୀ ।
13. ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋʼଠାରୁ ଦୃଷ୍ଟି ଫେରାଅ ।

Notes

No Verse Added

Total 150 Chapters, Current Chapter 39 of Total Chapters 150
ଗୀତସଂହିତା 39:27
1. ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ ପାଇଁ ଦାଉଦଙ୍କର ଗୀତ ମୁଁ କହିଲି, ମୁଁ ଜିହ୍ଵାରେ ପାପ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି
2. ମୁଁ ମୌନ ଭାବରେ ନୀରବ ରହିଲି, ସତ୍କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;
3. ଅନ୍ତରରେ ମୋହର ହୃଦୟ ଉତ୍ତପ୍ତ ହେଲା; ଭାବୁ ଭାବୁ ଅଗ୍ନି ପ୍ରଜ୍ଵଳିତ ହେଲା; ତେବେ ମୁଁ ଆପଣା ଜିହ୍ଵାରେ କଥା କହିଲି;
4. ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ
5. ଦେଖ, ତୁମ୍ଭେ ମୋହର ଦିନକେତେକ ମୁଷ୍ଟିପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତା; ଅସାର ସେଲା
6. ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନା-ଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ
7. ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି
8. ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ
9. ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ
10. ମୋʼଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି
11. ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ଵାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର ସେଲା
12. ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ମୋʼ ଆର୍ତ୍ତସ୍ଵରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପିତୃଲୋକଙ୍କ ତୁଲ୍ୟ ପ୍ରବାସୀ
13. ମୁଁ ଏଠାରୁ ପ୍ରସ୍ଥାନ କରିବାର ଆଉ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋʼଠାରୁ ଦୃଷ୍ଟି ଫେରାଅ
Total 150 Chapters, Current Chapter 39 of Total Chapters 150
×

Alert

×

oriya Letters Keypad References