1. ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ? ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭ ନାମ ଦ୍ଵାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର ।
|
3. କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି ଦୁର; ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି । ସେମାନେ ପରମେଶ୍ଵରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି । ସେଲା
|
6. ମୁଁ ସ୍ଵେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ ।
|
7. ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି ।
|