1. ଅନନ୍ତର ଇସ୍ରାଏଲ ଆପଣା ସର୍ବସ୍ଵ ଘେନି ଯାତ୍ରା କଲେ, ପୁଣି ବେରଶେବାରେ ଉତ୍ତରି ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ ।
|
2. ତହିଁରେ ପରମେଶ୍ଵର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, ହେ ଯାକୁବ, ହେ ଯାକୁବ । ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଉପସ୍ଥିତ ଅଛି ।
|
3. ସେତେବେଳେ ସେ କହିଲେ, ଆମ୍ଭେ ପରମେଶ୍ଵର, ତୁମ୍ଭ ପିତାର ପରମେଶ୍ଵର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା ।
|
4. ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ ।
|
5. ଅନନ୍ତର ଯାକୁବ ବେରଶେବାଠାରୁ ଯାତ୍ରା କଲେ; ପୁଣି ତାଙ୍କୁ ବହିବା ନିମନ୍ତେ ଫାରୋ ଯେଉଁ ଶକଟ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇ ଗଲେ ।
|
6. ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ଉତ୍ତରିଲେ ।
|
8. ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ । ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ ।
|
10. ଶିମୀୟୋନର ପୁତ୍ର ଯିମୁଏଲ ଓ ଯାମୀନ୍ ଓ ଓହଦ୍ ଓ ଯାଖୀନ୍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ ।
|
12. ଯିହୁଦାର ପୁତ୍ର ଏର୍ ଓ ଓଜନ ଓ ଶେଲା ଓ ପେରସ୍ ଓ ସେରହ; ମାତ୍ର ଏର୍ ଓ ଓନନ୍ କିଣାନ ଦେଶରେ ମରିଥିଲେ । ପେରସ୍ର ପୁତ୍ର ହିଷ୍ରୋନ୍ ଓ ହାମୂଲ ।
|
15. ଏମାନେ ଓ କନ୍ୟା ଦୀଣା ପଦ୍ଦନ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ । ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ ।
|
17. ଆଶେରର ପୁତ୍ର ଯିମ୍ନା ଓ ଯିଶ୍ବା ଓ ଯିଶ୍ବି ଓ ବରୀୟ ଓ ସେମାନଙ୍କ ଭଗିନୀ ସେରହ । ପୁଣି ବରୀୟର ପୁତ୍ର ହେବର ଓ ମଲ୍କୀୟେଲ ।
|
18. ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ (ଦାସୀ) ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା । ଏମାନେ ଷୋଳ ପ୍ରାଣୀ ।
|
20. ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା ।
|
21. ପୁଣି ବିନ୍ୟାମିନର ସନ୍ତାନ ବେଲା ଓ ବେଖର ଓ ଅସ୍ବେଲ ଓ ଗେରା ଓ ନାମନ ଓ ଏହୀ ଓ ରୋଶ ଓ ମୁପ୍ପୀମ ଓ ହୁପ୍ପୀମ ଓ ଅର୍ଦ ।
|
25. ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ (ଦାସୀ) ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ପ୍ରାଣୀ ।
|
26. ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ ।
|
27. ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇ ଥିଲେ, ସେମାନେ ଦୁଇ ପ୍ରାଣୀ । ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ ।
|
28. ଅନନ୍ତର ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ ।
|
29. ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ୍ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ବେଳ ଯାଏ ରୋଦନ କଲେ ।
|
30. ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜିଯାଏ ବଞ୍ଚିଅଛ ।
|
31. ଅନନ୍ତର ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, ମୁଁ ଯାଇ ଫାରୋଙ୍କୁ ସମ୍ଵାଦ ଦେଇ କହିବି, କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି ।
|
34. ସେତେବେଳେ ତୁମ୍ଭେମାନେ କହିବ, ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁବ୍ୟବସାୟୀ; ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସ୍ରୀୟମାନଙ୍କ ନିକଟରେ ଘୃଣାସ୍ପଦ ଅଟନ୍ତି ।
|