ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟଙ୍କ ବିଳାପ
1. ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ ।
2. ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ ।
3. ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି ।
4. ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ ।
5. ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳା; ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ ।
6. ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ ।।
7. ଆମ୍ଭମାନଙ୍କର ପିତୃଲୋକମାନେ ପାପ କରିଅଛନ୍ତି, ଆଉ ସେମାନେ ନାହାନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ ।
8. ଦାସମାନେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି; ସେମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ କେହି ନାହିଁ ।
9. ପ୍ରାନ୍ତରରେ ଖଡ଼୍‍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣସଙ୍କଟରେ ଖାଦ୍ୟ ପାଉଅଛୁ ।
10. ଦୁର୍ଭିକ୍ଷର ଜ୍ଵଳ; ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି ।
11. ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ ।
12. ଅଧିପତିମାନେ ସେମାନଙ୍କ ହସ୍ତ ଦ୍ଵାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା ।
13. ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ ।
14. ପ୍ରାଚୀନମାନେ ନଗରଦ୍ଵାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି ।
15. ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି ।
16. ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍- ଆମ୍ଭମାନଙ୍କୁଣ! କାରଣ ଆମ୍ଭେମାନେ ପାପ କରିଅଛୁ ।
17. ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି ।
18. କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି ।
19. ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ; ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ ।
20. ତୁମ୍ଭେ କାହିଁକି ଚିର କାଳ ଆମ୍ଭମାନଙ୍କୁ ପାସୋରୁଅଛ, ଆଉ ଏତେ ଦୀର୍ଘ କାଳ ଆମ୍ଭମାନଙ୍କୁ ପରିତ୍ୟାଗ କରୁଅଛ?
21. ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ ।
22. ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟ; କ୍ରୁଦ୍ଧ ହୋଇଅଛ ।

Notes

No Verse Added

Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 5
1 2 3 4 5
ଯିରିମିୟଙ୍କ ବିଳାପ 5:12
1 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ । 2 ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ । 3 ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି । 4 ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ । 5 ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳା; ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ । 6 ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ ।। 7 ଆମ୍ଭମାନଙ୍କର ପିତୃଲୋକମାନେ ପାପ କରିଅଛନ୍ତି, ଆଉ ସେମାନେ ନାହାନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ । 8 ଦାସମାନେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି; ସେମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ କେହି ନାହିଁ । 9 ପ୍ରାନ୍ତରରେ ଖଡ଼୍‍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣସଙ୍କଟରେ ଖାଦ୍ୟ ପାଉଅଛୁ । 10 ଦୁର୍ଭିକ୍ଷର ଜ୍ଵଳ; ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି । 11 ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ । 12 ଅଧିପତିମାନେ ସେମାନଙ୍କ ହସ୍ତ ଦ୍ଵାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା । 13 ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ । 14 ପ୍ରାଚୀନମାନେ ନଗରଦ୍ଵାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି । 15 ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି । 16 ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍- ଆମ୍ଭମାନଙ୍କୁଣ! କାରଣ ଆମ୍ଭେମାନେ ପାପ କରିଅଛୁ । 17 ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି । 18 କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି । 19 ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ; ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ । 20 ତୁମ୍ଭେ କାହିଁକି ଚିର କାଳ ଆମ୍ଭମାନଙ୍କୁ ପାସୋରୁଅଛ, ଆଉ ଏତେ ଦୀର୍ଘ କାଳ ଆମ୍ଭମାନଙ୍କୁ ପରିତ୍ୟାଗ କରୁଅଛ? 21 ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ । 22 ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟ; କ୍ରୁଦ୍ଧ ହୋଇଅଛ ।
Total 5 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 5
1 2 3 4 5
Common Bible Languages
West Indian Languages
×

Alert

×

oriya Letters Keypad References