2. ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,
|
7. ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ ।
|
8. ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା ।
|
10. ଏହେତୁ ହେ ରାଜଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର ।
|
12. ପୁତ୍ରଙ୍କୁ ଚୁମ୍ଵନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେବ । ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ ।
|