ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ । ମୋହର ପ୍ରାଣ କେବଳ ପରମେଶ୍ଵରଙ୍କର ଅପେକ୍ଷା କରଇ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସଇ ।
2. କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି ।
3. ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?
4. ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଶାପ ଦିଅନ୍ତି । [ସେଲା
5. ହେ ମୋହର ପ୍ରାଣ, କେବଳ ପରମେଶ୍ଵରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ ।
6. କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି ।
7. ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ଵରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ଵରଙ୍କ-ଠାରେ ଅଛି ।
8. ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ଵର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ । [ସେଲା
9. ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେସମସ୍ତେ ଅସାରରୁ ଲଘୁ ।
10. ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ ।
11. ପରମେଶ୍ଵର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ଵରଙ୍କର ଅଟଇ ।
12. ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 62 / 150
ଗୀତସଂହିତା 62:94
1 ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ । ମୋହର ପ୍ରାଣ କେବଳ ପରମେଶ୍ଵରଙ୍କର ଅପେକ୍ଷା କରଇ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସଇ । 2 କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି । 3 ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ? 4 ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଶାପ ଦିଅନ୍ତି । [ସେଲା 5 ହେ ମୋହର ପ୍ରାଣ, କେବଳ ପରମେଶ୍ଵରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ । 6 କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି । 7 ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ଵରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ଵରଙ୍କ-ଠାରେ ଅଛି । 8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ଵର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ । [ସେଲା 9 ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେସମସ୍ତେ ଅସାରରୁ ଲଘୁ । 10 ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ । 11 ପରମେଶ୍ଵର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ଵରଙ୍କର ଅଟଇ । 12 ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 62 / 150
Common Bible Languages
West Indian Languages
×

Alert

×

oriya Letters Keypad References