ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଗୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି ।
2. ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି ।
3. ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ଵସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିତ୍ରାଣ ଦେଖିଅଛନ୍ତି ।
4. ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର; ଉଚ୍ଚ ଧ୍ଵନି କର ଓ ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର ।
5. ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ଵରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର ।
6. ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ଵନି କର ।
7. ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
8. ନଦନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ;
9. ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 98 / 150
ଗୀତସଂହିତା 98:77
1 ଗୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି । 2 ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି । 3 ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ଵସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିତ୍ରାଣ ଦେଖିଅଛନ୍ତି । 4 ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର; ଉଚ୍ଚ ଧ୍ଵନି କର ଓ ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର । 5 ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ଵରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର । 6 ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ଵନି କର । 7 ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ; 8 ନଦନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ; 9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 98 / 150
Common Bible Languages
West Indian Languages
×

Alert

×

oriya Letters Keypad References