ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ
1. ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ ।
2. ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ ।
3. ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ତ୍ରାସଯୁକ୍ତ ହେଲେ ।
4. ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍‍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ । ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ । ଏହେତୁ ଶାଉଲ ଖଡ଼୍‍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ ।
5. ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍‍ଗ ଉପରେ ପଡ଼ି ମଲା ।
6. ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ ।
7. ଏଉତ୍ତାରେ ଇସ୍ରାଏଲ-ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ ।
8. ଅନନ୍ତର ପର-ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ ।
9. ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ ।
10. ପୁଣି ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍-ମନ୍ଦିରରେ ଟାଙ୍ଗିଦେଲେ ।
11. ଏଉତ୍ତାରେ ଯାବେଶ୍-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ଵାଦ ପାଆନ୍ତେ,
12. ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶ୍କୁ ନେଇ ଆସିଲେ ଓ ଯାବେଶ୍ସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ ।
13. ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ ।
14. ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ ।

Notes

No Verse Added

Total 29 Chapters, Current Chapter 10 of Total Chapters 29
ପ୍ରଥମ ବଂଶାବଳୀ 10:1
1. ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ
2. ଆଉ ପଲେଷ୍ଟୀୟମାନେ ଶାଉଲ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଅବୀନାଦବକୁ ମଲ୍‍କୀଶୂୟକୁ ବଧ କଲେ
3. ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ତ୍ରାସଯୁକ୍ତ ହେଲେ
4. ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍‍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ ଏହେତୁ ଶାଉଲ ଖଡ଼୍‍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ
5. ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍‍ଗ ଉପରେ ପଡ଼ି ମଲା
6. ଏହିରୂପେ ଶାଉଲ ତାଙ୍କର ତିନି ପୁତ୍ର ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ
7. ଏଉତ୍ତାରେ ଇସ୍ରାଏଲ-ଲୋକମାନେ ପଳାଇଲେ, ଆଉ ଶାଉଲ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ
8. ଅନନ୍ତର ପର-ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ
9. ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ
10. ପୁଣି ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବମନ୍ଦିରରେ ରଖିଲେ ତାଙ୍କର ମସ୍ତକକୁ ଦାଗୋନ୍-ମନ୍ଦିରରେ ଟାଙ୍ଗିଦେଲେ
11. ଏଉତ୍ତାରେ ଯାବେଶ୍-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ଵାଦ ପାଆନ୍ତେ,
12. ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶ୍କୁ ନେଇ ଆସିଲେ ଯାବେଶ୍ସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ
13. ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ
14. ଏହେତୁ ସେ ତାଙ୍କୁ ବଧ କଲେ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ
Total 29 Chapters, Current Chapter 10 of Total Chapters 29
×

Alert

×

oriya Letters Keypad References