1. ଆଉ, ତୁମ୍ଭେ ଯୌବନକାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି ।
|
3. ସେହି ଦିନ ଗୃହ-ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ
|
4. ଓ ପଥଆଡ଼େ ଦ୍ଵାର ରୁଦ୍ଧ ହେବ, ସେସମୟରେ ପେଷଣ ଶଦ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;
|
5. ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
|
6. ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;
|
9. ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲା; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ବିନ୍ୟାସ କଲା ।
|
11. ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ଵରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ଵରୂପ, ତାହାସବୁ ଏକ ପାଳକ ଦ୍ଵାରା ଦତ୍ତ ହୋଇଅଛି ।
|
12. ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ ।
|
13. ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ଵରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ ।
|