2. ପରମେଶ୍ଵର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ଵର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅପର ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ଵରୂପ ।
|
3. ଯେବେ କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯେବେ ସୁଖରେ ତୃପ୍ତ ନ ହୁଏ, ଆହୁରି ଯେବେ ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ତାହାଠାରୁ ବରଞ୍ଚ ଗର୍ଭସ୍ରାବ ଭଲ;
|
6. ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାʼନ୍ତି?
|
8. ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ?
|
10. ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆ ଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରା; ସଙ୍ଗେ ବିରୋଧ କରି ନ ପାରେ ।
|
12. କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?
|